ସମୁଦ୍ର ଉପରେ ମଝି ଆକାଶରେ ଦୁୁର୍ଘଟଣା ଗ୍ରସ୍ତ ହେଲା ସାମରିକ ବିମାନ, ୮ ଯାତ୍ରୀ ଜୀବିତ କି ମୃତ ନେଇ ସନ୍ଧାନ ଜାରି…

ଟୋକିଓ/ଓ୍ବାଶିଂଟନ,୨୯।୧୧ : ଆମେରିକାର ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ଖବର ସାମ୍ନାକୁ ଆସିଛି। ଖବର ଅନୁଯାୟୀ ଆମେରିକାର ସାମରିକ ବିମାନ ଓସପ୍ରେ ଜାପାନ ନିକଟ ସମୁଦ୍ରରେ ଖସିପଡଛି। ବିମାନଟି ୟାକୁସିମା ଦୀପ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମୁଦାୟ ୮ ଜଣ ଯାତ୍ରୀ ଥିଲେ। ଏହି ବିଷୟରେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି। ୮ ଯାତ୍ରୀ ଜୀବିତ କି ମୃତ ନେଇ ସନ୍ଧାନ ଜାରି ରହିଛି।

ନ୍ୟୁଜ ଏଜେନ୍ସି ରଏଟର୍ସ ରିପୋର୍ଟ ଅନୁଯାୟୀ ଜାପାନ କୋଷ୍ଟଗାର୍ଡର ମୁଖପାତ୍ର କହିଛନ୍ତି ବିମାନରେ ଥିବା ଲୋକଙ୍କ ସୁରକ୍ଷା ସମେତ ଘଟଣା ସମ୍ପର୍କରେ କୌଣସି ବିବରଣୀ ଜଣା ପଡି ନାହିଁ। ସ୍ଥାନୀୟ ସମୟ ଅପରାହ୍ନ ୨ଟା ୪୭ ସମୟରେ ଏହି ଦୁର୍ଘଟଣା ଘଟିଛି। ସ୍ଥାନୀୟ ଲୋକ କହିଛନ୍ତି ଆମେରିକାର ସାମରିକ ବିମାନ ସମୁଦ୍ରରେ ପଡ଼ିବା ମାତ୍ରେ ଏହାର ବାମ ଇଞ୍ଜିନରୁ ନିଆଁ ବାହାରିବା ଆରମ୍ଭ କରିଥିଲା। ଏହି କ୍ଷେତ୍ରରେ ଆମେରିକାର ସେନାର ମୁଖପାତ୍ର କହିଛନ୍ତି ସେମାନେ ଏପର୍ଯ୍ୟନ୍ତ ଘଟଣା ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଛନ୍ତି। ଜାପାନରେ ଆମେରିକାର ସେନାର ମୁଖପାତ୍ର ଏପର୍ଯ୍ୟନ୍ତ କିଛି କହି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri