ଲୋକଙ୍କ ଉପରେ ଆଖିବୁଜା ଗୁଳିବର୍ଷା କଲେ ସାମରିକ ଶାସକ: ୧୦୦ରୁ ଅଧିକ ମୃତ, ଚିନ୍ତା ପ୍ରକଟ କଲା ଜାତିସଂଘ…

ନାପିଦ୍ୱ,୧୨।୪ : ମ୍ୟାନମାରର କେନ୍ଦ୍ରୀୟ ଅଞ୍ଚଳରେ ସାମରିକ ଶାସକ ଲୋକଙ୍କ ଉପରେ ଆଖିବୁଜା ଗୁଳିବର୍ଷା କରିଛନ୍ତି। ଏଥିରେ ୧୦୦ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସାମରିକ ନିୟମକୁ ବିରୋଧ କରିବା ପାଇଁ ଆନ୍ଦୋଳନକାରୀମାନେ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ତେବେ ସାମରିକ ଶାସକ ବିଦ୍ରୋହୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ସାଗିଙ୍ଗ ଅଞ୍ଚଳର ବାସିନ୍ଦାଙ୍କଠାରୁ ହାସଲ କରାଯାଇଥିବା ତଥ୍ୟ ଆଧାରରେ ବିବିସି ବର୍ମିଜ, ରେଡିଓ ଫ୍ରି ଏସିଆ (ଆରଏଫଏ) ଏବଂ ଇରୱାଡି ନ୍ୟୁଜ ପୋର୍ଟାଲରେ ଖବର ପ୍ରକାଶିତ ହୋଇଛି ଯେ, ଏହି ଘଟଣାରେ ସାଧାରଣ ନାଗରିକଙ୍କ ସମେତ ୧୦୦ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ନ୍ୟୁଜ ଏଜେନ୍ସି ରଏଟର୍ସ ଏପର୍ଯ୍ୟନ୍ତ ସାମରିକ ଶାସକ ମୁଖପାତ୍ରଙ୍କ ସହ କଥାବାର୍ତ୍ତା କରିବାରେ ସକ୍ଷମ ହୋଇ ନାହିଁ। ଏହାପୂର୍ବରୁ ମାର୍ଚ୍ଚ ୧୪ ରେ ମ୍ୟାନମାର ସେନା ଏକ ବୌଦ୍ଧ ମଠ ଉପରେ ଆକ୍ରମଣ କରି ୨୮ ଜଣଙ୍କୁ ହତ୍ୟା କରିଥିଲା। ବିଦ୍ରୋହୀ ସଂଗଠନ କାରେନ୍ନି ଜାତୀୟତାବାଦୀ ପ୍ରତିରକ୍ଷା ବାହିନୀ ଏହି ଦାବି କରିଥିଲା। ଏନେଇ ଜାତିସଂଘ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri