ମ୍ୟାନ୍‌ମାର୍‌ରେ କ୍ଷମତା ଦଖଲ କଲା ସୈନ୍ୟ ବାହିନୀ

ନାପିତ୍ୱ,୧।୨: ମ୍ୟାନ୍‌ମାର୍‌ରେ ସୈନ୍ୟ ବାହିନୀ ପକ୍ଷରୁ କ୍ଷମତା ଦଖଲ କରାଯାଇଛି। ଦେଶର ସର୍ବୋଚ୍ଚ ନେତା ଷ୍ଟେଟ୍‌ କାଉନସିଲର ଆଙ୍ଗ ସାନ୍‌ ସୁକି, ରାଷ୍ଟ୍ରପତି ଓ୍ବିନ୍‌ ମିଣ୍ଟ୍‌ ଏବଂ ଶାସକ ଦଳର ବରିଷ୍ଠ ନେତାଙ୍କୁ ଅଟକ ରଖାଯାଇଛି। ବର୍ଷେ ପାଇଁ ଦେଶରେ ଜରୁରିକାଳୀନ ସ୍ଥିତି ଜାରି କରାଯାଇଛି। ଏନେଇ ଶାସକ ଦଳର ଜଣେ ପ୍ରବକ୍ତା ସୋମବାର ସୂଚନା ଦେଇଛନ୍ତି। ଦେଶର ରାଜନୈତିକ ନେତାଙ୍କ ଘରେ ସକାଳୁ ଚଢ଼ାଉ ଆରମ୍ଭ କରାଯାଇଥିବା ପ୍ରବକ୍ତା କହିଛନ୍ତି। ଏବେ ଦେଶର ସମସ୍ତ ବ୍ୟବସ୍ଥା ଉପରେ ସୈନ୍ୟ ବାହିନୀର ନିୟନ୍ତ୍ରଣ ରହିବ ବୋଲି ସୈନ୍ୟ ବାହିନୀର ଟେଲିଭିଜନ ପକ୍ଷରୁ କୁହାଯାଇଛି। କମାଣ୍ଡର୍‌-ଇନ୍‌-ଚିଫ୍‌ ମିନ୍‌ ଅଙ୍ଗ୍‌ ହ୍ଲିଙ୍ଗ୍‌ ଏବେ ଦେଶର ସର୍ବୋଚ୍ଚ କ୍ଷମତା ଦାୟିତ୍ୱରେ ରହିଛନ୍ତି। ବିଭିନ୍ନ ଅଞ୍ଚଳରେ ସୈନ୍ୟ ବାହିନୀକୁ ମୁତୟନ କରାଯାଇଛି। ଦେଶରେ ହୋଇଥିବା ସାଧାରଣ ନିର୍ବାଚନରେ ଅନୈତିକ ଉପାୟ ଅବଲମ୍ବନ କରାଯାଇଥିବା ଅଭିଯୋଗକ୍ରମେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମୁଖ୍ୟ ସହର ରାଜଧାନୀ ୟାଙ୍ଗୁନର ସିଟି ହଲ ସମ୍ମୁଖରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି। ମ୍ୟାନ୍‌ମାର୍‌ରେ ୧୯୬୨ଠାରୁ ୨୦୧୧ ପର୍ଯ୍ୟନ୍ତ ସାମରିକ ଶାସନ ଜାରି ରହିଥିଲା। ୨୦୧୦ରେ ସାଧାରଣ ନିର୍ବାଚନ ପରେ ଦେଶରେ ୨୦୧୧ଠାରୁ ଗଣତାନ୍ତ୍ରିକ ସରକାର କାର୍ଯ୍ୟ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri