ମ୍ୟାନ୍‌ମାର୍‌ରେ କ୍ଷମତା ଦଖଲ କଲା ସୈନ୍ୟ ବାହିନୀ

ନାପିତ୍ୱ,୧।୨: ମ୍ୟାନ୍‌ମାର୍‌ରେ ସୈନ୍ୟ ବାହିନୀ ପକ୍ଷରୁ କ୍ଷମତା ଦଖଲ କରାଯାଇଛି। ଦେଶର ସର୍ବୋଚ୍ଚ ନେତା ଷ୍ଟେଟ୍‌ କାଉନସିଲର ଆଙ୍ଗ ସାନ୍‌ ସୁକି, ରାଷ୍ଟ୍ରପତି ଓ୍ବିନ୍‌ ମିଣ୍ଟ୍‌ ଏବଂ ଶାସକ ଦଳର ବରିଷ୍ଠ ନେତାଙ୍କୁ ଅଟକ ରଖାଯାଇଛି। ବର୍ଷେ ପାଇଁ ଦେଶରେ ଜରୁରିକାଳୀନ ସ୍ଥିତି ଜାରି କରାଯାଇଛି। ଏନେଇ ଶାସକ ଦଳର ଜଣେ ପ୍ରବକ୍ତା ସୋମବାର ସୂଚନା ଦେଇଛନ୍ତି। ଦେଶର ରାଜନୈତିକ ନେତାଙ୍କ ଘରେ ସକାଳୁ ଚଢ଼ାଉ ଆରମ୍ଭ କରାଯାଇଥିବା ପ୍ରବକ୍ତା କହିଛନ୍ତି। ଏବେ ଦେଶର ସମସ୍ତ ବ୍ୟବସ୍ଥା ଉପରେ ସୈନ୍ୟ ବାହିନୀର ନିୟନ୍ତ୍ରଣ ରହିବ ବୋଲି ସୈନ୍ୟ ବାହିନୀର ଟେଲିଭିଜନ ପକ୍ଷରୁ କୁହାଯାଇଛି। କମାଣ୍ଡର୍‌-ଇନ୍‌-ଚିଫ୍‌ ମିନ୍‌ ଅଙ୍ଗ୍‌ ହ୍ଲିଙ୍ଗ୍‌ ଏବେ ଦେଶର ସର୍ବୋଚ୍ଚ କ୍ଷମତା ଦାୟିତ୍ୱରେ ରହିଛନ୍ତି। ବିଭିନ୍ନ ଅଞ୍ଚଳରେ ସୈନ୍ୟ ବାହିନୀକୁ ମୁତୟନ କରାଯାଇଛି। ଦେଶରେ ହୋଇଥିବା ସାଧାରଣ ନିର୍ବାଚନରେ ଅନୈତିକ ଉପାୟ ଅବଲମ୍ବନ କରାଯାଇଥିବା ଅଭିଯୋଗକ୍ରମେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମୁଖ୍ୟ ସହର ରାଜଧାନୀ ୟାଙ୍ଗୁନର ସିଟି ହଲ ସମ୍ମୁଖରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି। ମ୍ୟାନ୍‌ମାର୍‌ରେ ୧୯୬୨ଠାରୁ ୨୦୧୧ ପର୍ଯ୍ୟନ୍ତ ସାମରିକ ଶାସନ ଜାରି ରହିଥିଲା। ୨୦୧୦ରେ ସାଧାରଣ ନିର୍ବାଚନ ପରେ ଦେଶରେ ୨୦୧୧ଠାରୁ ଗଣତାନ୍ତ୍ରିକ ସରକାର କାର୍ଯ୍ୟ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri