Posted inଖେଳ

ହସ୍ପିଟାଲରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ

ଚଣ୍ଡିଗଡ଼, ୨୫ା୫ (ପି.ଟି.)- କୋଭିଡ୍‌ରେ ପୀଡ଼ିତ କିମ୍ବଦନ୍ତୀ ଭାରତୀୟ ସ୍ପ୍ରିଣ୍ଟର ମିଲ୍‌ଖା ସିଂ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପୁଅ ତଥା ବିଶିଷ୍ଟ ଗଲ୍ଫ ଖେଳାଳି ଜିଭ୍‌ ମିଲ୍‌ଖା ସିଂ ଏ ବିଷୟ ସୂଚନା ଦେଇଛନ୍ତି। ବୁଧବାର କରୋନା ପଜିଟିଭ୍‌ ଜଣାପଡ଼ିବା ପରଠାରୁ ୯୧ ବର୍ଷୀୟ ମିଲ୍‌ଖା ଚଣ୍ଡିଗଡ଼ସ୍ଥିତ ତାଙ୍କ ବାସଭବନରେ ଆଇସୋଲେଶନରେ ରହି ଆସୁଥିଲେ। ସେ ଦୁର୍ବଳ ଅନୁଭବ କରିବା ସହ ଖାଦ୍ୟ ଗ୍ରହଣ ନ କରିବାରୁ ତାଙ୍କୁ ମୋହାଲିସ୍ଥିତ ଫୋର୍ଟିସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ କହିଛନ୍ତି। ମିଲ୍‌ଖା କିଛିଦିନ ପୂର୍ବରୁ କହିଥିଲେ, ତାଙ୍କ ଘରେ କାର୍ଯ୍ୟ କରୁଥିବା ଦୁଇଜଣ ସହକାରୀ କରୋନା ସଂକ୍ରମିତ ଜଣାପଡ଼ିବା ପରେ ପରିବାରର ସମସ୍ତ ସଦସ୍ୟଙ୍କର କୋଭିଡ୍‌ ଟେଷ୍ଟ କରାଯାଇଥିଲା। କିନ୍ତୁ ତାଙ୍କୁ ଛାଡ଼ି ତାଙ୍କ ସ୍ତ୍ରୀ ନିର୍ମଳ କୌର (ଭାରତର ପୂର୍ବତନ ଭଲିବଲ୍‌ ଅଧିନାୟିକା)ଙ୍କ ସମେତ ଅନ୍ୟ ସମସ୍ତଙ୍କ ଫଳାଫଳ ନେଗେଟିଭ ଆସିଥିଲା। ଏହା ତାଙ୍କୁ ବିସ୍ମିତ କରିଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ‘ଫ୍ଲାଇଂ ଶିଖ’ ମିଲ୍‌ଖା ସିଂଙ୍କ ଦ୍ରୁତ ଆରୋଗ୍ୟ କାମନା କରି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?