Posted inଖେଳ

ହସ୍ପିଟାଲରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ

ଚଣ୍ଡିଗଡ଼, ୨୫ା୫ (ପି.ଟି.)- କୋଭିଡ୍‌ରେ ପୀଡ଼ିତ କିମ୍ବଦନ୍ତୀ ଭାରତୀୟ ସ୍ପ୍ରିଣ୍ଟର ମିଲ୍‌ଖା ସିଂ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପୁଅ ତଥା ବିଶିଷ୍ଟ ଗଲ୍ଫ ଖେଳାଳି ଜିଭ୍‌ ମିଲ୍‌ଖା ସିଂ ଏ ବିଷୟ ସୂଚନା ଦେଇଛନ୍ତି। ବୁଧବାର କରୋନା ପଜିଟିଭ୍‌ ଜଣାପଡ଼ିବା ପରଠାରୁ ୯୧ ବର୍ଷୀୟ ମିଲ୍‌ଖା ଚଣ୍ଡିଗଡ଼ସ୍ଥିତ ତାଙ୍କ ବାସଭବନରେ ଆଇସୋଲେଶନରେ ରହି ଆସୁଥିଲେ। ସେ ଦୁର୍ବଳ ଅନୁଭବ କରିବା ସହ ଖାଦ୍ୟ ଗ୍ରହଣ ନ କରିବାରୁ ତାଙ୍କୁ ମୋହାଲିସ୍ଥିତ ଫୋର୍ଟିସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ କହିଛନ୍ତି। ମିଲ୍‌ଖା କିଛିଦିନ ପୂର୍ବରୁ କହିଥିଲେ, ତାଙ୍କ ଘରେ କାର୍ଯ୍ୟ କରୁଥିବା ଦୁଇଜଣ ସହକାରୀ କରୋନା ସଂକ୍ରମିତ ଜଣାପଡ଼ିବା ପରେ ପରିବାରର ସମସ୍ତ ସଦସ୍ୟଙ୍କର କୋଭିଡ୍‌ ଟେଷ୍ଟ କରାଯାଇଥିଲା। କିନ୍ତୁ ତାଙ୍କୁ ଛାଡ଼ି ତାଙ୍କ ସ୍ତ୍ରୀ ନିର୍ମଳ କୌର (ଭାରତର ପୂର୍ବତନ ଭଲିବଲ୍‌ ଅଧିନାୟିକା)ଙ୍କ ସମେତ ଅନ୍ୟ ସମସ୍ତଙ୍କ ଫଳାଫଳ ନେଗେଟିଭ ଆସିଥିଲା। ଏହା ତାଙ୍କୁ ବିସ୍ମିତ କରିଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ‘ଫ୍ଲାଇଂ ଶିଖ’ ମିଲ୍‌ଖା ସିଂଙ୍କ ଦ୍ରୁତ ଆରୋଗ୍ୟ କାମନା କରି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri