ସୌନ୍ଦର୍ଯ୍ୟ ପାଇଁ କ୍ଷୀର

କ୍ଷୀର ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ଅନାବଶ୍ୟକ। ଆମ ଶରୀରକୁ ସୁସ୍ଥ ରଖିବା ପାଇଁ ଆବଶ୍ୟକ ପଡୁଥିବା କେତେକ ପ୍ରମୁଖ ଖାଦ୍ୟ ମଧ୍ୟରେ ଏହା ଅନ୍ୟତମ। ଅନ୍ୟପକ୍ଷରେ ସୌନ୍ଦର୍ଯ୍ୟକୁ ନୂଆ ରୂପ ଦେବାରେ ଏହାର ମଧ୍ୟ ଭୂମିକା ରହିଛି। ତେବେ କିପରି କ୍ଷୀର ସାହାଯ୍ୟରେ ମୁହଁରେ ଚମକ ଆସିବ ଆସନ୍ତୁ ଜାଣିବା ସେ ସମ୍ପର୍କରେ….

ମହୁ ଓ କ୍ଷୀର: ମୁହଁକୁ ସଫା କରିବାକୁ ହେଲେ କ୍ଷୀରରେ ମହୁ ମିଶାଇ ଲଗାନ୍ତୁ। କାହିଁକି ନା ମହୁ ତ୍ୱଚା ପାଇଁ ଟନିକ୍‌ ଭଳି କାମ କରିଥାଏ। ଏହାକୁ ଖାଇବା ଏବଂ ଲଗାଇବା ଦ୍ୱାରା ସ୍କିନ୍‌ ଗ୍ଲୋ କରିଥାଏ। ସ୍କିନ୍‌କୁ ସଫା କରିବାକୁ ହେଲେ ଏକ ଛୋଟ ଚାମଚ ମହୁ ସହିତ କ୍ଷୀର ମିଶାଇ ମୁହଁରେ ଲଗାନ୍ତୁ। ଏହାକୁ ୧୦ମିନିଟ୍‌ ପର୍ଯ୍ୟନ୍ତ ଛାଡ଼ି ଦିଅନ୍ତୁ। ଏହାପରେ ମୁହଁକୁ ଥଣ୍ଡା ପାଣିରେ ଭଲ ଭାବେ ଧୋଇଦିଅନ୍ତୁ। ଦେଖିବେ ଆପଣଙ୍କ ମୁହଁ କେତେ ଗ୍ଲୋ କରୁଛି।
ମୁଲାୟମ ତ୍ୱଚା: କ୍ଷୀରକୁ ତ୍ୱଚାରେ ଲଗାଇବା ଦ୍ୱାରା ଏହା ଆହୁରି ମୁଲାୟମ ହୋଇଥାଏ। ଦୁଇ ଚାମଚ କ୍ଷୀରସର ସହ ମହୁ ମିଶାଇ ତ୍ୱଚାରେ ଲଗାନ୍ତୁ । ଏହାଦ୍ୱାରା ତ୍ୱଚାର ଶୁଷ୍କତା (ଡ୍ରାଏନେସ୍‌) ଦୂର ହୋଇଥାଏ। କ୍ଷୀର ସହ ଗୋଲାପଜଳ ମିଶାଇ ପୂରା ଶରୀରରେ ଲଗାଇବା ଦ୍ୱାରା ତ୍ୱଚାର ରଙ୍ଗ ଧୀରେ ଧୀରେ ସଫା ଦେଖାଯାଇଥାଏ।
ମୁହଁର ରିଙ୍କଲ୍ସ: ମୁହଁର ରିଙ୍କଲ୍ସ ଦୂର କରିବାକୁ ହେଲେ କ୍ଷୀର ବହୁ ଲାଭକାରୀ ହୋଇଥାଏ। ୨ଚାମଚ ମହୁ ସହ ୩-୪ଚାମଚ କ୍ଷୀରସରକୁ ମିଶାଇ ଦିଅନ୍ତୁ। ଏବେ ଏହାକୁ ଭଲଭାବେ ଲଗାନ୍ତୁ। ଏହାଦ୍ୱାରା ମୁହଁର ରିଙ୍କଲ୍ସ ଦୂର ହୋଇପାରିବ।
ମୁହଁକୁ କରନ୍ତୁ ସଫ୍ଟ ଓ ଗୋଲାପୀ: ଯଦି ଓଠ କଳା ହୋଇଯାଇଛି, କ୍ଷୀରକୁ ଓଠରେ ଲଗାଇବା ଦ୍ୱାରା ଏହାର କଳାପଣ ଦୂର ହୋଇଥାଏ। ଯଦି ଆପଣଙ୍କ ଓଠ ଫାଟୁଛି ତେବେ ଗୋଟେ ବୁନ୍ଦା ଗୋଲାପଜଳ, ଗୋଟିଏ ବୁନ୍ଦା ଲେମ୍ବୁରସ ସହ କ୍ଷୀରରସକୁ ଭଲଭାବେ ମିଶାଇ ଦିଅନ୍ତୁ। ଦେଖିବେ ଆପଣଙ୍କ ଓଠ ସଫ୍ଟ ଏବଂ ମୁଲାୟମ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୩(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି…

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri