ରାଜ୍ୟରେ ଦୁଗ୍ଧ, ମାଂସ, ଅଣ୍ଡା ଉତ୍ପାଦନ ବଢ଼ିଛି

ଭୁବନେଶ୍ୱର, ୧।୫(ବ୍ୟୁରୋ): ରାଜ୍ୟରେ ଗତ ଦୁଇ ଦଶନ୍ଧି ମଧ୍ୟରେ ଦୁଗ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବଢ଼ିଛି। ୨୦୦୦ ମସିହାରେ ଏହା ୮.୭୫ ଲକ୍ଷ ମେଟ୍ରିକ୍‌ ଟନ୍‌ ରହିଥିବାବେଳେ ୨୦୨୧ରେ ୨୩.୭୩ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି। ସେହିଭଳି ଗତ ୨୦ବର୍ଷ ମଧ୍ୟରେ ମାଂସ ଉତ୍ପାଦନ ପ୍ରାୟ ଛଅଗୁଣ ହୋଇଛି। ୨୦୦୦ ମସିହାରେ ୩୮.୩୮ ହଜାର ମେଟ୍ରିକ୍‌ ଟନ୍‌ରୁ ୨୦୨୧ରେ ୨୧୩.୦୯ ହଜାର ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ଅଣ୍ଡା ଉତ୍ପାଦନ ପ୍ରାୟ ତିନିଗୁଣ ବୃଦ୍ଧି ପାଇ ୭୩୦୧.୦୪ ଲକ୍ଷରୁ ୨୪୨୪୨.୬୭ ଲକ୍ଷକୁ ବୃଦ୍ଧି ପାଇଛି ବୋଲି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ କୁମାର ସାହୁ ପ୍ରକାଶ କରିଛନ୍ତି। ଶନିବାର ପ୍ରଥମଥର ପାଇଁ ସରକାରୀ ଭାବେ ରାଜ୍ୟସ୍ତରୀୟ ‘ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ’ ସମାରୋହ କୃଷି ଭବନଠାରେ ଅନୁଷ୍ଠିତ ହୋଇଥିଲା। ମନ୍ତ୍ରୀ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, ନିଯୁକ୍ତି ତଥା ଆତ୍ମନିଯୁକ୍ତି ମାଧ୍ୟମରେ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ବ୍ୟାପକ ରୋଜଗାରର ବାଟ ରହିଛି। ପ୍ରାଣୀ ଚିକିତ୍ସକଙ୍କ ଅକ୍ଳାନ୍ତ ଉଦ୍ୟମରେ ପ୍ରାଣୀସମ୍ପଦ ବିକାଶ ବିଭାଗର ଗୁରୁତ୍ୱ ବଢ଼ିଛି ଏବଂ ଏହି ବୃଦ୍ଧି ପ୍ରକ୍ରିୟାକୁ ଜାରି ରଖିବା ନିମନ୍ତେ ସରକାର ସର୍ବଦା ଚେଷ୍ଟାରତ ବୋଲି ମନ୍ତ୍ରୀ କହିଛନ୍ତି।
ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ପ୍ରାଣୀ ସ୍ବାସ୍ଥ୍ୟସେବା, ପ୍ରାଣୀ କଲ୍ୟାଣ ଏବଂ ପ୍ରାଣୀ ପାଳନରେ ପ୍ରାଣୀ ଚିକିତ୍ସକ ଓ ସହାୟକ କର୍ମଚାରୀଙ୍କ ପ୍ରମୁଖ ଭୂମିକା ରହିଛି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଆର୍‌. ରଘୁପ୍ରସାଦ କହିଲେ, କୃତ୍ରିମ ପ୍ରଜନନ ମାଧ୍ୟମରେ ଗୋପ୍ରଜାତିର ଜେନେଟିକ୍‌ ଉନ୍ନତୀକରଣ ଏବଂ ଟିକାକରଣ କାର୍ଯ୍ୟକ୍ରମକୁ ରାଜ୍ୟରେ ଏକ ମିଶନ ମୋଡ୍‌ରେ ନିଆଯାଇଛି। ଏହି ଅବସରରେ ପ୍ରାଣୀସମ୍ପଦ ପରିଚାଳନା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତା ପାଠ କରାଯାଇଥିଲା। ପ୍ରାଣୀସମ୍ପଦ ବିକାଶ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶିତ ହେବା ସହ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା। ଉତ୍ସବରେ ପ୍ରାଣୀ ପାଳନ କ୍ଷେତ୍ରରେ ସଫଳତା ପାଇଥିବା ଅଗ୍ରଣୀ ଚାଷୀ, ମହିଳା ଏସ୍‌ଏଚ୍‌ଜି ସଦସ୍ୟା ଏବଂ ପ୍ରାଣୀ ଚିକିତ୍ସା ସେବାରେ ଉଲ୍ଲେଖନୀୟ ସଫଳତା ପାଇଁ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ପ୍ରାଣୀ ଚିକିତ୍ସକ ଏବଂ ବୈଷୟିକ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା। ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ ସ୍ବାଗତ ଭାଷଣ ଓ ଅତିରିକ୍ତ ନିର୍ଦ୍ଦେଶକ ଡ. ଲୋକନାଥ ବେହେରା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri