ରାଜ୍ୟରେ ଦୁଗ୍ଧ, ମାଂସ, ଅଣ୍ଡା ଉତ୍ପାଦନ ବଢ଼ିଛି

ଭୁବନେଶ୍ୱର, ୧।୫(ବ୍ୟୁରୋ): ରାଜ୍ୟରେ ଗତ ଦୁଇ ଦଶନ୍ଧି ମଧ୍ୟରେ ଦୁଗ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବଢ଼ିଛି। ୨୦୦୦ ମସିହାରେ ଏହା ୮.୭୫ ଲକ୍ଷ ମେଟ୍ରିକ୍‌ ଟନ୍‌ ରହିଥିବାବେଳେ ୨୦୨୧ରେ ୨୩.୭୩ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି। ସେହିଭଳି ଗତ ୨୦ବର୍ଷ ମଧ୍ୟରେ ମାଂସ ଉତ୍ପାଦନ ପ୍ରାୟ ଛଅଗୁଣ ହୋଇଛି। ୨୦୦୦ ମସିହାରେ ୩୮.୩୮ ହଜାର ମେଟ୍ରିକ୍‌ ଟନ୍‌ରୁ ୨୦୨୧ରେ ୨୧୩.୦୯ ହଜାର ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ଅଣ୍ଡା ଉତ୍ପାଦନ ପ୍ରାୟ ତିନିଗୁଣ ବୃଦ୍ଧି ପାଇ ୭୩୦୧.୦୪ ଲକ୍ଷରୁ ୨୪୨୪୨.୬୭ ଲକ୍ଷକୁ ବୃଦ୍ଧି ପାଇଛି ବୋଲି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ କୁମାର ସାହୁ ପ୍ରକାଶ କରିଛନ୍ତି। ଶନିବାର ପ୍ରଥମଥର ପାଇଁ ସରକାରୀ ଭାବେ ରାଜ୍ୟସ୍ତରୀୟ ‘ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ’ ସମାରୋହ କୃଷି ଭବନଠାରେ ଅନୁଷ୍ଠିତ ହୋଇଥିଲା। ମନ୍ତ୍ରୀ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, ନିଯୁକ୍ତି ତଥା ଆତ୍ମନିଯୁକ୍ତି ମାଧ୍ୟମରେ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ବ୍ୟାପକ ରୋଜଗାରର ବାଟ ରହିଛି। ପ୍ରାଣୀ ଚିକିତ୍ସକଙ୍କ ଅକ୍ଳାନ୍ତ ଉଦ୍ୟମରେ ପ୍ରାଣୀସମ୍ପଦ ବିକାଶ ବିଭାଗର ଗୁରୁତ୍ୱ ବଢ଼ିଛି ଏବଂ ଏହି ବୃଦ୍ଧି ପ୍ରକ୍ରିୟାକୁ ଜାରି ରଖିବା ନିମନ୍ତେ ସରକାର ସର୍ବଦା ଚେଷ୍ଟାରତ ବୋଲି ମନ୍ତ୍ରୀ କହିଛନ୍ତି।
ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ପ୍ରାଣୀ ସ୍ବାସ୍ଥ୍ୟସେବା, ପ୍ରାଣୀ କଲ୍ୟାଣ ଏବଂ ପ୍ରାଣୀ ପାଳନରେ ପ୍ରାଣୀ ଚିକିତ୍ସକ ଓ ସହାୟକ କର୍ମଚାରୀଙ୍କ ପ୍ରମୁଖ ଭୂମିକା ରହିଛି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଆର୍‌. ରଘୁପ୍ରସାଦ କହିଲେ, କୃତ୍ରିମ ପ୍ରଜନନ ମାଧ୍ୟମରେ ଗୋପ୍ରଜାତିର ଜେନେଟିକ୍‌ ଉନ୍ନତୀକରଣ ଏବଂ ଟିକାକରଣ କାର୍ଯ୍ୟକ୍ରମକୁ ରାଜ୍ୟରେ ଏକ ମିଶନ ମୋଡ୍‌ରେ ନିଆଯାଇଛି। ଏହି ଅବସରରେ ପ୍ରାଣୀସମ୍ପଦ ପରିଚାଳନା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତା ପାଠ କରାଯାଇଥିଲା। ପ୍ରାଣୀସମ୍ପଦ ବିକାଶ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶିତ ହେବା ସହ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା। ଉତ୍ସବରେ ପ୍ରାଣୀ ପାଳନ କ୍ଷେତ୍ରରେ ସଫଳତା ପାଇଥିବା ଅଗ୍ରଣୀ ଚାଷୀ, ମହିଳା ଏସ୍‌ଏଚ୍‌ଜି ସଦସ୍ୟା ଏବଂ ପ୍ରାଣୀ ଚିକିତ୍ସା ସେବାରେ ଉଲ୍ଲେଖନୀୟ ସଫଳତା ପାଇଁ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ପ୍ରାଣୀ ଚିକିତ୍ସକ ଏବଂ ବୈଷୟିକ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା। ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ ସ୍ବାଗତ ଭାଷଣ ଓ ଅତିରିକ୍ତ ନିର୍ଦ୍ଦେଶକ ଡ. ଲୋକନାଥ ବେହେରା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri