କ୍ଷୀର ବିକୁଥିବା ମହିଳାଙ୍କ ଝିଅ ପାଇଲେ ଆଇଏସ୍‌ଏସ୍‌

ଫରିଦାବାଦ,୪ା୮: ସଂଘ ଲୋକ ସେବା ଆୟୋଗ (ୟୁପିଏସ୍‌ସି) ଭାରତୀୟ ପ୍ରଶାସନିକ ସେବା (ଆଇଏସ୍‌ଏସ୍‌) ପରୀକ୍ଷାର ରେଜଲ୍ଟ ବାହାରିଛି। ଏହି ପରୀକ୍ଷାରେ ହରିୟାଣାର ଝିଅ କଳ୍ପନା ଦେଶରେ ୧୨ତମ ର଼୍ୟାଙ୍କ୍‌ ହାସଲ କରିଛନ୍ତି। ବିନା କୋଚିଂରେ ସେ ଏହି ପରୀକ୍ଷାରେ ସଫଳତା ହାସଲ କରିଥିବାରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।

କଳ୍ପନାଙ୍କ ଏହି ସଫଳତାରେ ତାଙ୍କ ଘର ଆଜାଦଗର ଅଞ୍ଚଳରେ ମିଠା ବାଣ୍ଟି ଖୁସି ମନାଯାଉଛି। କଳ୍ପନାଙ୍କ ମା’ ରାଜବାଳାଙ୍କ ଖୁସି କହିଲେ ନ ସରେ। ତାଙ୍କ କହିବା କଥା ତାଙ୍କ ଝିଅ କେବଳ ପରିବାର ନୁହେଁ ସମଗ୍ର ଦେଶ ପାଇଁ ନାଁ କରିଛନ୍ତି। ସେ କହିଛନ୍ତି, ଝିଅ ପିଲାଦିନରୁ ବହୁତ ପରିଶ୍ରମୀ। ଆଜି ତାଙ୍କୁ ସଫଳତା ମିଳିଛି।

କଳ୍ପନା ଭାରତୀୟ ପ୍ରଶାସନିକ ସେବା (ଆଇଏସ୍‌ଏସ୍‌) ପାଇଁ ପ୍ରସ୍ତୁତି କରୁଥିଲେ। କିନ୍ତୁ ବିନା କୋଚିଂରେ ସେ ଏହି ପରୀକ୍ଷାରେ ସଫଳତା ହାସଲ କରିଛନ୍ତି। କଳ୍ପନା କହିଛନ୍ତି, କୋଚିଂ ନେବା ମୋ’ ପକ୍ଷେ ବହୁତ କଷ୍ଟସାଧ୍ୟ ଥିଲା। କାରଣ  ମା’ ରାଜବାଳା କ୍ଷୀର ବିକି ପରିବାର ଚଳାନ୍ତି। ଏଥିରେ ଘର ଚଳିବା ବହୁତ କଷ୍ଟ। ତେଣୁ ପଇସା ନ ଥିବାରୁ କୋଚିଂ ନେଇପାରି ନ ଥିଲି। କଳ୍ପନାଙ୍କ ପିତା କୌଣସି ଏକ ଛୋଟ କାର୍ଯ୍ୟ କରୁଥିବା ବେଳେ ଭାଇ ଏମ୍‌ବିବିଏସ୍‌ ଇଣ୍ଟର୍ନଶିପ୍‌ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri