କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩ ବିବସ୍ୱତ ଗୌତମଙ୍କ କୋର୍ଟରେ ଚାଲୁ ରହିଛି। ଉକ୍ତ ମାମଲାରେ ଉଭୟ ସରକାର ଏବଂ ପ୍ରତିପକ୍ଷ ଓକିଲଙ୍କ ପକ୍ଷରୁ ସମସ୍ତ ଯୁକ୍ତି ଉପସ୍ଥାପନ ହୋଇସାରିଛି। ଜଜ୍‌ ଆସନ୍ତା ୨୩ ତାରିଖରେ ମାମଲାର ଚୂଡାନ୍ତ ରାୟ ପ୍ରକାଶ ପାଇଁ ଦିନ ଧାର୍ଯ୍ୟ କରିଥିବା କୋର୍ଟ ସୂତ୍ରରୁ ସୂଚନା ମିଳିଛି। ମାମଲାରେ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ୪ ଅଭିଯୁକ୍ତ ଓ ଢେଙ୍କାନାଳ ଜେଲରେ ଥିବା ଜଣେ ଅଭିଯୁକ୍ତଙ୍କୁ ଭିଡିଓ କନଫରେନ୍ସ ମାଧ୍ୟମରେ ହାଜର କରାଯାଇଥିଲା।

୨୦୨୦ ଜୁନ ୧୨ ତାରିଖ ରାତିରେ ବ୍ୟବସାୟୀ ଲମ୍ୱୋଦରଙ୍କୁ ହିଲପାଟଣା ସ୍ଥିତ ତାଙ୍କ କ୍ଷୀର ଗୋଦାମ ଭିତରେ ହତ୍ୟା କରାଯାଇଥିଲା। ଲୁଟ ଉଦ୍ଦେଶ୍ୟରେ କେତେଜଣ ଦୁର୍ୱୃତ୍ତ ଗୋଦାମ ଭିତରେ ପଶିଥିଲେ। ଶବ୍ଦ ଶୁଣି ଲମ୍ୱୋଦର ନିଦରୁ ଉଠି ପଡିଥିବା ବେଳେ ଲୁଟେରାମାନେ ଧରାପଡିିବା ଭୟରେ ତାଙ୍କୁ ହତ୍ୟା କରିଥିଲେ ବୋଲି ପୋଲିସ ତଦନ୍ତରୁ ସ୍ପଷ୍ଟ ହୋଇଥିଲା।

ଏ ନେଇ ପୋଲିସ ଏକ ମାମଲା(ନଂ.୮୭/୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ପର୍ଯ୍ୟାୟକ୍ରମେ ଅଭିଯୁକ୍ତ ରୂପେଶ ପାଢ଼ୀ, ଶ୍ରୀନୁ ରେଡ୍ଡୀ, ରଞ୍ଜିତ କୁମାର ସାହୁ ଏବଂ ଶିବ ମହାରଣାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବର୍ତ୍ତମାନ ସେମାନେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବନ୍ଦୀ ଭାବେ ଅଛନ୍ତି। ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଶଙ୍କର ସାହୁ ଫେରାର ଥିବା ବେଳେ ଢେଙ୍କାନାଳରେ ଏକ ଡକାୟତି ମାମଲାରେ ଜେଲ ଯାଇଥିଲେ। ବ୍ରହ୍ମପୁର ପୋଲିସ ତାଙ୍କୁ ରିମାଣ୍ଡରେ ଆଣି ଏସଡିଜେଏମ କୋର୍ଟରେ ହାଜର କରି ଲମ୍ୱୋଦର ହତ୍ୟା ମାମଲାରେ ଜଡିତ କରିଥିଲା। ସେ ବର୍ତ୍ତମାନ ଢେଙ୍କାନାଳ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri