Posted inଜାତୀୟ

Milkipur by-election: ଏସ୍‌ପିକୁ ହରାଇଲା ଭାଜପା

ଅଯୋଧ୍ୟା, ୯।୨: ଉତ୍ତରପ୍ରଦେଶର ମିଲ୍କିପୁର ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍‌ପି)କୁ ଶକ୍ତ ଧକ୍କା ଲାଗିଛି। ନିର୍ବାଚନରେ ଫୈଜାବାଦର ଏସ୍‌ପି ଏମ୍‌ପି ଅଓ୍ବଧେଶ ପ୍ରସାଦଙ୍କ ପୁଅ ଅଜିତ ପ୍ରସାଦ ପରାସ୍ତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଚନ୍ଦ୍ରଭାନୁ ପାଶ୍ୱାନ ତାଙ୍କ ନିକଟତମ ପ୍ରାର୍ଥୀ ଅଜିତଙ୍କୁ ୬୧,୬୭୦ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ପାଶ୍ୱାନଙ୍କୁ ୧,୪୭, ୩୯୭ ଭୋଟ ମିଳିଥିବାବେଳେ ଅଜିତଙ୍କୁ ୮୪,୬୮୭ ଭୋଟ ମିଳିଛି। ମିଲ୍କିପୁରର ପୂର୍ବତନ ବିଧାୟକ ଅଓ୍ବଧେଶ ପ୍ରସାଦ ୨୦୨୪ ଲୋକ ସଭା ନିର୍ବାଚନରେ ଫୈଜାବାଦରୁ ଏମ୍‌ପି ଭାବେ ନିର୍ବାଚିତ ହେବା ପରେ ଏହି ଆସନ ଖାଲି ପଡ଼ିଥିଲା। ତେବେ ଏହି ଉପ ନିର୍ବାଚନରେ ବିଏସ୍‌ପି ପକ୍ଷରୁ ପ୍ରାର୍ଥୀ ଦିଆଯାଇ ନ ଥିଲା। ସେହିପରି ତାମିଲନାଡ଼ୁର ଇରୋଡ୍‌ ଇଷ୍ଟ ବିଧାନସଭା ଉପନିର୍ବାଚନରେ ଶାସକ ଡିଏମ୍‌କେକୁ ସଫଳତା ମିଳିଛି। ଡିଏମ୍‌କେର ଭି.ସି. ଚନ୍ଦିରାକୁମାର ନିଜର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ‘ନାମ୍‌ ତାମିଲାର କାଟ୍‌ଚି(ଏନଟି୍‌କେ)’ର ସୀତାଲକ୍ଷ୍ମୀଙ୍କୁ ୯୧,୫୫୮ ଭୋଟରେ ପରାସ୍ତ କରିଛନ୍ତି। ଚନ୍ଦିରାକୁମାରଙ୍କୁ ୧,୧୫,୭୦୯ ଭୋଟ ମିଳିଥିବାବେଳେ ସୀତାଲକ୍ଷ୍ମୀଙ୍କୁ ୨୪,୧୫୧ ଭୋଟ ମିଳିଛି। ମାତ୍ର ୮୯୦ ଭୋଟ ପାଇ ଭାଜପା ଏହି ଉପନିର୍ବାଚନରେ ଚତୁର୍ଥ ସ୍ଥାନରେ ରହିଛି। କଂଗ୍ରେସର ପୂର୍ବତନ ବିଧାୟକ ଇ.ଭି.କେ.ଏସ୍‌.ଏଲ୍‌ଗୋଭନ୍‌ଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?