ଚାଷୀଙ୍କୁ ମିଲର୍ସଙ୍କ ମାଡ଼

ସମ୍ବଲପୁର,୧୩ା୧୨(ବ୍ୟୁରୋ): ଧାନ କଟନୀଛଟନୀକୁ ବିରୋଧ କରିବାରୁ ଟାମ୍ପରକେଲା (ଅଇଁଲାମାଲ) ଗ୍ରାମର ଚାଷୀ ବିଭୂତି ପ୍ରଧାନଙ୍କୁ ଜଣେ ମିଲର୍ସ ଶନିବାର ମାଡ଼ ମାରିଛନ୍ତି। ଏନେଇ ବିଭୂତି ସମ୍ବଲପୁର ସହର ବୈଜାମୁଣ୍ଡାସ୍ଥିତ ସମଲେଶ୍ୱରୀ ଉଦ୍ୟୋଗ ମିଲର୍ସଙ୍କ ବିରୋଧରେ ବୁର୍ଲା ଥାନା ଗୋଶାଳା ଫାଣ୍ଡିରେ ଅଭିଯୋଗ କରିଛନ୍ତି। ଘଟଣାର ପ୍ରତିବାଦରେ ଚାଷୀ ସଂଗଠନ ପକ୍ଷରୁ ମିଲ୍‌ ମୁଖ୍ୟ ଗେଟ୍‌ ସମ୍ମୁଖରେ ଧାରଣା ଦିଆଯାଇଥିଲା। ମିଲ୍‌ ମାଲିକ ଓ ମ୍ୟାନେଜରଙ୍କୁ ଗିରଫ କରିବାକୁ ଚାଷୀମାନେ ଦାବି କରିଥିଲେ। ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ସନ୍ଧ୍ୟାରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଅଭିଯୋଗ କ୍ରମେ ବିଭୂତି ଶୁକ୍ରବାର ଧାନ ନେଇ ମିଲ୍‌କୁ ଆସିଥିବାବେଳେ ଶନିବାର ଏହାକୁ ଖାଲି କରାଯାଉଥିଲା। ଟେଷ୍ଟିଂ ସମୟରେ ଅଧିକ କଟନୀଛଟନୀ କରାଯିବ ବୋଲି ମିଲ୍‌ ପକ୍ଷରୁ କୁହାଯାଇଥିଲା। ବିଭୂତି ଏଥିରେ ରାଜିହୋଇ ନ ଥିଲେ। ଫଳରେ ଉତ୍ତ୍ୟକ୍ତ ହୋଇ ମ୍ୟାନେଜର ବେକକୁ ଧରି ମାରପିଟ କରିଥିବା ବିଭୂତି ଅଭିଯୋଗ କରିଛନ୍ତି। ପାଖରେ ଥିବା ଚାଷୀମାନେ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଗାଳିଗୁଲଜ କରିଥିଲେ। ଏହି ସମୟରେ ମାଲିକ ପହଞ୍ଚତ୍ ସମାଧାନ କରିବା ପରିବର୍ତ୍ତେ ଗାଳିଗୁଲଜ କରି ମାଡ଼ ମାରିଥିବା ସେ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି। ଏନେଇ ପୋଲିସ ୬୭୨/୨୦ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବୁର୍ଲା ଥାନା ଅଧିକାରୀ ବି.ବି. ଭୋଇ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତି ଆବାହକ ଅଶୋକ ପ୍ରଧାନ କହିଛନ୍ତି, ମିଲର୍ସମାନେ ଚାଷୀଙ୍କୁ ଶୋଷଣ କରିଆସୁଛନ୍ତି। କଟନୀଛଟନୀକୁ ବିରୋଧ କଲେ ଧମକ ଚମକ ମଧ୍ୟ ଦେଉଛନ୍ତି। ହେଲେ ମାଡ଼ ମାରିବା କେବେ ବି ଗ୍ରହଣୀୟ ନୁହେଁ। ସବୁ ଘଟଣାରେ ମିଲ୍‌ ମାଲିକଙ୍କ ସମ୍ପୃକ୍ତି ରହୁଛି। ତେଣୁ କାର୍ଯ୍ୟାନୁଷ୍ଠାନ ପାଇଁ ଚାଷୀ ସଂଗଠନ ସବୁପ୍ରକାର ଉଦ୍ୟମ କରିବ। ପ୍ରଶାସନ ଏଥିରେ ହସ୍ତକ୍ଷେପ କରି ପଦକ୍ଷେପ ଗ୍ରହଣ ନ କଲେ ଆଇନଶୃଙ୍ଖଳା ପରିସ୍ଥିିତି ସୃଷ୍ଟି ହେବା ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri