ଚାଷୀଙ୍କୁ ମିଲର୍ସଙ୍କ ମାଡ଼

ସମ୍ବଲପୁର,୧୩ା୧୨(ବ୍ୟୁରୋ): ଧାନ କଟନୀଛଟନୀକୁ ବିରୋଧ କରିବାରୁ ଟାମ୍ପରକେଲା (ଅଇଁଲାମାଲ) ଗ୍ରାମର ଚାଷୀ ବିଭୂତି ପ୍ରଧାନଙ୍କୁ ଜଣେ ମିଲର୍ସ ଶନିବାର ମାଡ଼ ମାରିଛନ୍ତି। ଏନେଇ ବିଭୂତି ସମ୍ବଲପୁର ସହର ବୈଜାମୁଣ୍ଡାସ୍ଥିତ ସମଲେଶ୍ୱରୀ ଉଦ୍ୟୋଗ ମିଲର୍ସଙ୍କ ବିରୋଧରେ ବୁର୍ଲା ଥାନା ଗୋଶାଳା ଫାଣ୍ଡିରେ ଅଭିଯୋଗ କରିଛନ୍ତି। ଘଟଣାର ପ୍ରତିବାଦରେ ଚାଷୀ ସଂଗଠନ ପକ୍ଷରୁ ମିଲ୍‌ ମୁଖ୍ୟ ଗେଟ୍‌ ସମ୍ମୁଖରେ ଧାରଣା ଦିଆଯାଇଥିଲା। ମିଲ୍‌ ମାଲିକ ଓ ମ୍ୟାନେଜରଙ୍କୁ ଗିରଫ କରିବାକୁ ଚାଷୀମାନେ ଦାବି କରିଥିଲେ। ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ସନ୍ଧ୍ୟାରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଅଭିଯୋଗ କ୍ରମେ ବିଭୂତି ଶୁକ୍ରବାର ଧାନ ନେଇ ମିଲ୍‌କୁ ଆସିଥିବାବେଳେ ଶନିବାର ଏହାକୁ ଖାଲି କରାଯାଉଥିଲା। ଟେଷ୍ଟିଂ ସମୟରେ ଅଧିକ କଟନୀଛଟନୀ କରାଯିବ ବୋଲି ମିଲ୍‌ ପକ୍ଷରୁ କୁହାଯାଇଥିଲା। ବିଭୂତି ଏଥିରେ ରାଜିହୋଇ ନ ଥିଲେ। ଫଳରେ ଉତ୍ତ୍ୟକ୍ତ ହୋଇ ମ୍ୟାନେଜର ବେକକୁ ଧରି ମାରପିଟ କରିଥିବା ବିଭୂତି ଅଭିଯୋଗ କରିଛନ୍ତି। ପାଖରେ ଥିବା ଚାଷୀମାନେ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଗାଳିଗୁଲଜ କରିଥିଲେ। ଏହି ସମୟରେ ମାଲିକ ପହଞ୍ଚତ୍ ସମାଧାନ କରିବା ପରିବର୍ତ୍ତେ ଗାଳିଗୁଲଜ କରି ମାଡ଼ ମାରିଥିବା ସେ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି। ଏନେଇ ପୋଲିସ ୬୭୨/୨୦ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବୁର୍ଲା ଥାନା ଅଧିକାରୀ ବି.ବି. ଭୋଇ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତି ଆବାହକ ଅଶୋକ ପ୍ରଧାନ କହିଛନ୍ତି, ମିଲର୍ସମାନେ ଚାଷୀଙ୍କୁ ଶୋଷଣ କରିଆସୁଛନ୍ତି। କଟନୀଛଟନୀକୁ ବିରୋଧ କଲେ ଧମକ ଚମକ ମଧ୍ୟ ଦେଉଛନ୍ତି। ହେଲେ ମାଡ଼ ମାରିବା କେବେ ବି ଗ୍ରହଣୀୟ ନୁହେଁ। ସବୁ ଘଟଣାରେ ମିଲ୍‌ ମାଲିକଙ୍କ ସମ୍ପୃକ୍ତି ରହୁଛି। ତେଣୁ କାର୍ଯ୍ୟାନୁଷ୍ଠାନ ପାଇଁ ଚାଷୀ ସଂଗଠନ ସବୁପ୍ରକାର ଉଦ୍ୟମ କରିବ। ପ୍ରଶାସନ ଏଥିରେ ହସ୍ତକ୍ଷେପ କରି ପଦକ୍ଷେପ ଗ୍ରହଣ ନ କଲେ ଆଇନଶୃଙ୍ଖଳା ପରିସ୍ଥିିତି ସୃଷ୍ଟି ହେବା ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?