Posted inଖେଳ

ବିଶ୍ୱକପ୍‌ ଫାଇନାଲରେ ପହଞ୍ଚିବାକୁ ଅଷ୍ଟ୍ରେଲିଆ ଆଗରେ ୨୧୩ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧୬।୧୧: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ଗୁରୁବାର ଖେଳାଯାଉଥିବା ୨୦୨୩ ଦିନିକିଆ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଡେଭିଡ ମିଲରଙ୍କ ଦମ୍‌ଦାର ଶତକୀୟ ଇନିଂସ୍‌ ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ୪୯.୪ ଓଭରରେ ସମସ୍ତ ଉଉକେଟ ହରାଇ ୨୧୨ ରନ୍‌ ସଂଗ୍ରହ କରିଥିଲା। ଫଳରେ ଅଷ୍ଟ୍ରେଲିଆ ଆଗରେ ୨୧୩ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଦକ୍ଷିଣ ଆଫ୍ରିକା

ଦକ୍ଷିଣ ଆଫ୍ରିକାର ଦୁଇ ଓପନର କ୍ୱିଣ୍ଟନ ଡିକକ୍‌ ଏବଂ ତେମ୍ବା ବାଭୁମା ପଡ଼ିଆକୁ ଓହ୍ଲାଇଥିଲେ। ମିଚେଲ ଷ୍ଟ୍ରାକଙ୍କ ପ୍ରଥମ ଓଭରରେ ଅଧିନାୟକ ତେମ୍ବା ବାଭୁମା ଖାତା ଖୋଲିବା ଆଗରୁ ଆଉଟ୍‌ ହୋଇଯାଇଥିଲେ। ସେହିପରି କ୍ୱିଣ୍ଟନ ଡିକକ୍‌ ମଧ୍ୟ ୩ ରନ୍‌ କରି ଆଉଟ୍‌ ହୋଇଥିଲେ। ରସିଭାନ୍‌ ଡେର୍‌ ଡୁସେନ ମଧ୍ୟ ୬ ରନ୍‌ କରି କରିଥିବା ବେଳେ ଆଡେନ୍‌ ମାର୍କ୍ରାମ ମଧ୍ୟ ୧୦ ରନ୍‌ କରି ବିଫଳ ହୋଇଥିଲେ। ଫଳରେ ଦକ୍ଷିଣ ଆଫ୍ରିକା ୨୪ ରନ୍‌ରେ ୪ ଉଇକେଟ୍‌ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।

ହେନିରିକ କ୍ଲାସେନ ଏବଂ ଡେଭିଡ୍‌ ମିଲର ଧୈର୍ଯ୍ୟର ସହ ବ୍ୟାଟିଂ କରି ଦଳକୁ ଆଗକୁ ନେଇଥିଲେ। କ୍ଲାସେନ୍‌ ୪୮ ବଲ୍‌ରେ ୪ ଚଉକା ଏବଂ ୨ ଛକା ସହାୟତାରେ ୪୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ସେହିପରି ଡେଭିଡ୍‌ ମିଲର ୧୧୬ ବଲ୍‌ରେ ୮ ଚଉକା ଏବଂ ୫ ଛକା ସହାୟତାରେ ୧୦୧ ରନ୍‌ର ଦମ୍‌ଦାର ଶତକୀୟ ଇନିଂସ୍‌ ଖେଳିଥିଲେ। ଫଳରେ ଦକ୍ଷିଣ ଆଫ୍ରିକାର ୨୧୨ ରନ୍‌ କରିବାରେ ସକ୍ଷମ ହୋଇଥିଲେ।

ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ୍ସ ଏବଂ ଅଧିନାୟକ ପ୍ୟାଟ୍‌ କମିନ୍ସଙ୍କୁ ୩ଟି ଲେଖାଏଁ ଉଇକେଟ୍‌ ମିଳିଥିବା ବେଳ ହଜଲେଉଡ୍‌, ଟ୍ରାଭିସ ହେଡ୍‌ ୨ଟି ଲେଖାଏଁ ଉଇକେଟ୍‌ ନେବାରେ ସକ୍ଷମ ହୋଇଥିଲେ। ଦ୍ୱିତୀୟ ସେମିଫାଇନାଲରେ ଯେଉଁ ଦଳ ବିଜୟ ହାସଲ କରିବ ଆସନ୍ତା ୧୯ ତାରିଖରେ ଅହମ୍ମଦାବାଦରେ ଭାରତ ସହ ଫାଇନାଲ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି।…

ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri