କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ମଣ୍ଡିକୁ ଧାନ ଆସୁଥିଲେ ବି କିଣାଯାଉ ନାହିଁ। ମିଲର ପହଞ୍ଚତ୍ଲେ ଏବଂ କଟ୍‌ନିରେ ଚାଷୀ ରାଜି ହେଲେ ଯାଇ ଧାନ କିଣାଯାଉଛି। କଟ୍‌ନିରେ ଚାଷୀ ସହମତି ପ୍ରକାଶ ନ କଲେ ଧାନ ଦୀର୍ଘଦିନ ଧରି ମଣ୍ଡିରେ ପଡ଼ି ରହୁଛି। କେବଳ ସେତିକି ନୁହେଁ, ବେପାରୀ (ମଧ୍ୟସ୍ଥ) ମାଧ୍ୟମରେ ଆସିଥିବା ଧାନକୁ ତତ୍କାଳ କିଣାଯାଇ ମଣ୍ଡିରୁ ଉଠାଯାଉଛି କିମ୍ବା ସେଭଳି ଧାନ ମଣ୍ଡିକୁ ଆସିବା ବଦଳରେ ସିଧାସଳଖ ବିଭିନ୍ନ ରାଇସ ମିଲ୍‌କୁ ଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ଗତ ସାଧାରଣ ନିର୍ବାଚନ ସମୟରେ ରାଜ୍ୟରେ ସରକାର ଆସିଲେ ବିନା କଟ୍‌ନିର ମଣ୍ଡିରୁ ଚାଷୀଙ୍କ ଧାନ ଉଠାଣ କରାଯିବ ବୋଲି ଭାଜପା ଘୋଷଣା କରିଥିଲା। ହେଲେ କଳାହାଣ୍ଡି ଜିଲାରେ ଏବେ ୭ କେଜି କଟ୍‌ନି ନ ଦେଲେ ମଣ୍ଡିରୁ ଧାନ ଉଠୁନାହିଁ। ଶୁଖା ଧାନ ଥିଲେ ମଧ୍ୟ ଚାଷୀଙ୍କୁ ଏହି କଟ୍‌ନି ଦେବାକୁ ପଡୁଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଆଗକୁ ବର୍ଷା ହେଲେ ଏହି କଟ୍‌ନି ୧୦ କେଜିକୁ ଯାଇପାରେ ବୋଲି ଚାଷୀ ଅନୁମାନ କରୁଛନ୍ତି। ଅନ୍ୟପକ୍ଷରେ, ପଡୋଶୀ ନୂଆପଡ଼ା ଜିଲାରେ ୩ରୁ ୫ ଓ ବରଗଡ଼ ଜିଲାରେ ୨ରୁ ୩କେଜି କଟ୍‌ନି ଚାଲିଥିବା ଜଣାପଡିଛି। ତେବେ କଳାହାଣ୍ଡି ଜିଲାର ସବୁଠୁ ଅଧିକ ୭ କେଜି କଟ୍‌ନି କରାଯିବା ମିଲର ଚାଷୀଙ୍କୁ ଶୋଷଣ କଲା ଭଳି ହେଉଛି ବୋଲି ବରିଷ୍ଠ କଂଗ୍ରେସ ନେତା ପ୍ରଭାତ ଦାଶ ପ୍ରକାଶ କରିଛନ୍ତି। ଏହି କଟ୍‌ନି ଅଙ୍କ ଛିଡୁ ନ ଥିବାରୁ ଜିଲାରେ ଧାନ କିଣା ମନ୍ଥର ହୋଇଛି। ଯେଉଁଠି ଚାଷୀ ୭ କେଜି କଟ୍‌ନି ଦେବାକୁ ରାଜି ହେଉଛି ସେଠାରେ ଧାନ ଉଠୁଛି ନଚେତ ମଣ୍ଡିରେ ପଡିରହୁଛି ବୋଲି ସେ କହିଛନ୍ତି। ଜିଲା ଯୋଗାଣ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଶୁକ୍ରବାର ସୁଦ୍ଧା ଜିଲାର ୩୦ ହଜାର ୧୯୨ ଜଣ ଚାଷୀ ୧୮ଲକ୍ଷ ୬୮ ହଜାର ୬୨୦ କୁଇଣ୍ଟାଲ ଧାନ ବିକ୍ରି କରିସାରିଥିବା ଜଣାପଡିଛି। କେବଳ ଶୁକ୍ରବାର ୨୯୯୨ ଜଣ ଚାଷୀ ୧ ଲକ୍ଷ ୮୬ ହଜାର ୭୧୦ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି। ଏ ନେଇ ଜିଲା ଯୋଗାଣ ଅଧିକାରୀ ଅଜୟ ମଲ୍ଲିକଙ୍କୁ ପଚାରିବାରୁ ଦେଖୁଛି ବୋଲି କହିଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?