ମିଲର୍ସଙ୍କ ମନମୁଖି କାର୍ଯ୍ୟ: ମଣ୍ଡିରେ ପଡ଼ିରହିଛି ୪ ହଜାର କ୍ୱିଣ୍ଟାଲ ଧାନ

କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟର ଧାନ ମଣ୍ଡିରେ ଦୀର୍ଘ ଦିନ ହେଲା ଧାନ ପଡ଼ିରହିଛି। ପ୍ରବଳ ଶୀତ କାକରରେ ଚାଷୀମାନେ ଖୋଲା ପଡ଼ିଆରେ ଦିନ ରାତି ପାଳିକରି ଧାନକୁ ଜଗୁଛନ୍ତି। ରାଜ୍ୟରେ ଧାନ ମଣ୍ଡିରୁ ଉଠିବା ପ୍ରସଙ୍ଗକୁ ନେଇ କିଛି ଦିନ ତଳେ ରାଜ୍ୟ ତଥା ସମସ୍ତ ବ୍ଲକ ଓ ସହରରେ ରାସ୍ତା ଅବରୋଧ କରି ୮ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା।

ଏହି କାଣ୍ଡେଲ ଧାନ ମଣ୍ଡିରେ ୮୨ ଜଣ ଚାଷୀଙ୍କ ୪ ହଜାରରୁ ଉଦ୍ଧର୍‌ବ କ୍ୱିଣ୍ଟାଲ ଧାନ ଖୋଲା ଜାଗାରେ ପଡିରହିଛି। ୫ଟି ଧାନ ମିଲକୁ ଜିଲାପାଳ ଧାନ ଉଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ମିଲର୍ସମାନେ କାହାରି କଥାକୁ କର୍ଣ୍ଣପାତ କରୁନାହାନ୍ତି। ସେହି ମିଲର୍ସମାନେ ମନମୁଖିରେ କ୍ୱିଣ୍ଟାଲ ପ୍ରତି ୬ ରୁ ୭ କେଜି ଧାନ କଟନିଛଟନି କରୁଛନ୍ତି। ଏତେ ଶୀତ କାକରେ ଧାନକୁ ପଲିଥିନ ଘୋଡ଼ାଇ ଚାଷୀମାନେ ଜଗି ରହିଛନ୍ତି। ରାଜ୍ୟ ସରକାର ଧାନ ଉଠାଇବାରେ ବିଳମ୍ବକୁ ନେଇ ଚାଷୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଉଛି। ଯଥାଶୀଘ୍ର ଏହି ମଣ୍ଡିରୁ ଧାନ ଉଠାଇବାକୁ ଚାଷୀମାନେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ କାଣ୍ଡେଲ ପେକ୍ସ ସମ୍ପାଦକ ଯଶୋବନ୍ତ ବାଗଙ୍କୁ ପଚାରିବାରୁ ୩ରୁ ୪ ଦିନ ମଧ୍ୟରେ ଉଠିବ ବୋଲି ପ୍ରକାଶ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri