ଧାନକିଣାରେ ବ୍ୟାପକ ଅନିୟମିତତା: ଚାଷୀଙ୍କ ଧାନ କିଣୁଛନ୍ତି ମିଲର୍ସ ୧୮।୧

ଖୋର୍ଦ୍ଧା ଅଫିସ,୧୮।୧: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି। ଧାର୍ଯ୍ୟ ଦିନ ପରିବର୍ତ୍ତେ ଛୁଟିଦିନରେ ଧାନ ଉଠାଯାଉଛି। ମଣ୍ଡିକୁ ଧାନ ଆସିବା ପରିବର୍ତ୍ତେ ମିଲର୍ସମାନେ ସିଧାସଳଖ ଚାଷୀଙ୍କ ଠାରୁ ଧାନ କିଣୁଛନ୍ତି। ସମବାୟ ସମିତି ଏବଂ ମିଲର୍ସଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଚାଷୀ କ୍ଷତି ସହୁଛନ୍ତି। ଜିଲା ଯୋଗାଣ ବିଭାଗ ନିକଟରେ ଖବର ରହିଥିବା ସତ୍ତ୍ୱେ ବିଭାଗ ଚୁପ୍‌ ବସିଛି।
ସୂଚନା ମୁତାବକ, ପ୍ରତି ସମବାୟ ସମିତିି ସପ୍ତାହକୁ ଦୁଇଦିନ ଧାନ କିଣିବେ। ଏନେଇ ଜିଲା ପ୍ରଶାସନ ପକ୍ଷରୁ କେଉଁ ବ୍ଲକରେ ସମିତି କେଉଁ ବାରରେ କିଣିବେ ସ୍ଥିର କରାଯାଇଛି। ଜିଲାର ବୋଲଗଡ଼ ଏବଂ ବେଗୁନିଆ ବ୍ଲକରେ ବ୍ୟାପକ ଅନିୟମିତତା ଚାଲିଥିବା ନେଇ ଜିଲା ପ୍ରଶାସନ ନିକଟରେ ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏଥିସହ ଛୁଟିଦିନ (ରବିବାର)ରେ କିପରି ଏହି ଅଞ୍ଚଳରେ ଧାନ କିଣାଯାଇଛି, ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଚାଷୀଙ୍କ ଧାନ ମଣ୍ଡିକୁ ଆସିବା ପରିବର୍ତ୍ତେ ମିଲର୍ସମାନେ ସିଧାସଳଖ ଚାଷୀଙ୍କ ଠାରୁ ଧାନ କିଣୁଛନ୍ତି। ରବିବାର ବୋଲଗଡ ବ୍ଲକର ଦୁଇ ମଣ୍ଡିରେ ୫୦ରୁ ଊର୍ଦ୍ଧ୍ୱ ଚାଷୀ ଧାନ ଦେଇଛନ୍ତି। ମିଲର୍ସମାନେ କୁଇଣ୍ଟାଲ ପିଛା ୩କେଜି ଧାନ କାଟୁଛନ୍ତି। ପ୍ରତିବାଦ କଲେ, ଧାନ କିଣାଯିବ ନାହିଁ ବୋଲି ଧମକ ଦେଉଛନ୍ତି। ଫଳରେ ଚାଷୀ ଉପାୟ ନ ପାଇ ଧାନ ଦେବାକୁ ବାଧ୍ୟ ହେଉଛନ୍ତି ବୋଲି କେତେଜଣ ଚାଷୀ କହିଛନ୍ତି। ଚାଷୀଙ୍କଠାରୁ ମିଲର୍ସମାନେ ସିଧାସଳଖ ଧାନ କିଣି ପାରିବେ ନାହିଁ ବୋଲି ରାଜ୍ୟ ଯୋଗାଣ ବିଭାଗର ତାଗିଦ୍‌ ସତ୍ତ୍ୱେ ଖୋର୍ଦ୍ଧା ଜିଲାରେ ଏହାର କୌଣସି ପ୍ରଭାବ ପଡୁନାହିଁ। ସମିତି ସମ୍ପାଦକ, ମିଲର୍ସ ମାଲିକ ଏବଂ ଯୋଗାଣ ବିଭାଗ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଚାଷୀ ଶୋଷଣର ଶିକାର ହେଉଛନ୍ତି। ଫଳରେ ଜିଲାରେ ଧାନର ଅଭାବୀ ବିକ୍ରି ଦେଖାଦେଇଛି। କେତେକ ସମିତିରେ ଚାଷୀଙ୍କ ନାମ ନକଲି ପଞ୍ଜୀକରଣ କରାଯାଇ ସେମାନଙ୍କ ନାମରେ ଧାନ କିଣାଯାଇ ଫଲ୍‌ସ ବିଲ୍‌ କରାଯାଉଛି। ଏହା ତଦନ୍ତ ସାପେକ୍ଷ ବୋଲି ସାଧାରଣରେ ଦାବି ହୋଇଛି। ଏହି ସମସ୍ତ ଘଟଣାର ତଦନ୍ତ କରାଯିବ ବୋଲି ଅତିରିକ୍ତ ଜିଲାପାଳ ମନୋଜ ପାଢୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?