ମିଲର୍ସ ଆନ୍ଦୋଳନ: ମଣ୍ଡିରେ ପଡି ରହିଛି ୩ ଲକ୍ଷରୁ ଊର୍ଦ୍ଧ୍ୱ ବସ୍ତା ଧାନ

ନୂଆପଡ଼ା,୬ା୧ (ମକାରୁ ବେମାଲ): ନୂଆପଡ଼ା ଜିଲାର ସମସ୍ତ ମିଲର୍ସ ବିଭିନ୍ନ ଦାବି ନେଇ ସୋମବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ମଣ୍ଡିରେ ଅଚଳାବସ୍ଥା ଦେଖାଦେଇଛି। ଦୀର୍ଘ ବର୍ଷରୁ ମିଲର୍ସମାନେ ମିଲିଂ ଚାର୍ଜ ବୃଦ୍ଧି କରାଯାଉ ବୋଲି ଦାବି କରିଆସୁଛନ୍ତି। ସେହିପରି ଧାନର ରକ୍ଷଣାବେକ୍ଷଣ ଖର୍ଚ୍ଚ ପ୍ରଦାନ, ୪୦ କିଲୋମିଟରରୁ ଅଧିକ ଦୂରତା ପାଇଁ ଧାନ ଓ ଚାଉଳ ପରିବହନ ଖର୍ଚ୍ଚ ନିକଟରେ ସଂଶୋଧିତ ହୋଇଥିବା ୨୮ ପଇସା ପ୍ରତି କୁଇଣ୍ଟାଲ ପରିବର୍ତ୍ତେ ପୂର୍ବ ଦର ୪୩ ପଇସା ଲାଗୁ କରାଯାଉ,ଦୂରତା ଅନୁଯାୟୀ ପୈଠ କରିବା ପରିବର୍ତେ ଏମଏମଡିଏଫ ନାମରେ ବିଲ କରାଯିବା, ଖରିଫ ଋତୁ ୨୦୨୪-୨୫ ଓ ୨୦୨୫-୨୬ ପାଇଁ ଅରୁଆ ଚାଉଳ ମିଲିଂ ଧାନ ଉପରେ ଡ୍ରାଏଜକୁ ୧ ଶତକଡାକୁ ପୁନଃ ସ୍ଥାପିତ କରିବା ଆଦି ଦାବି ରହିଛି। ଏ ନେଇ ସରକାରଙ୍କୁ ଲିଖିତ ଭାବରେ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଏବେ ମିଲର୍ସଙ୍କ ଆନ୍ଦୋଳନ ଯୋଗୁ ଜିଲାରେ ୭୭ ମଣ୍ଡିରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ବସ୍ତା ଧାନ ପଡି ରହିଛି। ପ୍ରକାଶଥାଉ କି ଚଳିତ ଖରିଫ ଋତୁରେ ଜିଲାର ୫୧ ହଜାର ୩୪୧ ଜଣ ଚାଷୀ ଧାନ ବିକ୍ରୟ କରିବା ପାଇଁ ନାମ ପଞ୍ଜୀକରଣ କରିଛନ୍ତି। ସେଥିମଧ୍ୟରୁ ରବିବାର ସୁଦ୍ଧା ୨୮ ହଜାର ୫୪୧ ଚାଷୀଙ୍କ ୧୨ ଲକ୍ଷ ୪୨ ହଜାର ୪୧୮ କୁଇଣ୍ଟାଲ ଧାନ ଉଠାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ..

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri