ବିଦେଶକୁ ରପ୍ତାନି ହେଲା ଓଡ଼ିଶା ଉତ୍ପାଦିତ ମିଲେଟ୍‌ସ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ପ୍ରଥମ ଥର ପାଇଁ ଓଡ଼ିଶାରେ ଉତ୍ପାଦିତ ମିଲେଟ୍‌ସକୁ ବିଦେଶକୁ ରପ୍ତାନି କରାଯାଇଛି। ଏହି କ୍ରମରେ ବୁଧବାର ରାଜ୍ୟ ଉନ୍ନୟନ କମିଶନର ତଥା କୃଷି ଉତ୍ପାଦନ କମିଶନର ପ୍ରଦୀପ କୁମାର ଜେନା ରପ୍ତାନି କରାଯାଉଥିବା କ୍ଷୁଦ୍ରଶସ୍ୟ ଗାଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ମିଶନ ଶକ୍ତି ଓ ଓଡ଼ିଶା ମିଲେଟ୍‌ସ ମିଶନ ଦ୍ୱାରା ପ୍ରୋତ୍ସାହିତ ଶକ୍ତିମୟୀ ମହାସଂଘ ଦ୍ୱାରା ପ୍ରଥମ ଥର ପାଇଁ ଓଡ଼ିଶାରେ ଚାଷ ହେଉଥିବା ବିଭିନ୍ନ କ୍ଷୁଦ୍ରଶସ୍ୟକୁ ଭାରତ ବାହାରକୁ ରପ୍ତାନି କରାଯାଇଛି।
ଅପରପକ୍ଷେ କୃଷି ସମ୍ପ୍ରସାରଣ ପରିଚାଳନା ପ୍ରତିଷ୍ଠାନ(ଇମେଜ)ଠାରେ ବୁଧବାର ଏକ ଦିନିକିଆ କର୍ମଶାଳା ତଥା କ୍ଷୁଦ୍ରଶସ୍ୟ ରପ୍ତାନି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଓ ଭାରତ ସରକାରଙ୍କ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରାଳୟ ଅଧୀନ ଏପିଡାର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଦୀପ କୁମାର ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ କ୍ଷୁଦ୍ରଶସ୍ୟ ସହ ଓଡ଼ିଶାରେ ଉତ୍ପାଦିତ ଅନ୍ୟାନ୍ୟ କୃଷିଜାତ ଦ୍ରବ୍ୟକୁ ମଧ୍ୟ ରପ୍ତାନି କରିବାକୁ ଉପସ୍ଥିତ ଏପିଡା ଅଧିକାରୀଙ୍କୁ ଅନୁରୋଧ କରିଥିଲେ। ଏଗ୍ରିକଲ୍‌ଚର ଆଣ୍ଡ ପ୍ରୋସେସ୍ଡ ଫୁଡ୍‌ ପ୍ରଡକ୍ଟସ ଏକ୍ସପୋର୍ଟ ଡେଭ୍‌ଲପମେଣ୍ଟ ଅଥରିଟି(ଏପିଡା)ର ଆଞ୍ଚଳିକ ଶାଖା ମୁଖ୍ୟ ସନ୍ଦୀପ ଶାହା କହିଥିଲେ, ଭାରତରେ ପ୍ରସ୍ତୁତ ବିଭିନ୍ନ କୃଷିଜାତ ଦ୍ରବ୍ୟକୁ ଭାରତ ବାହାରେ ପହଞ୍ଚାଇବା ସହ ଚାଷୀ ଓ କୃଷି ସହ ଜଡ଼ିତ ଥିବା ଅନୁଷ୍ଠାନକୁ ଅଧିକ ଲାଭ ଦେବା ହେଉଛି ଏପିଡାର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶାରେ ଏଥିରେ ଏକ ବୃହତ୍‌ ଭୂମିକା ଗ୍ରହଣ କରିବ ବୋଲି ସେ ଆଶା ପ୍ରକାଶ କରିବା ସହ ଅନ୍ତର୍ଜାତୀୟ ମିଲେଟ୍‌ସ ବର୍ଷ ୨୦୨୩ରେ ଓଡ଼ିଶାରୁ ଅଧିକରୁ ଅଧିକ କ୍ଷୁଦ୍ରଶସ୍ୟକୁ ବିଭିନ୍ନ ଦେଶକୁ ରପ୍ତାନି କରିବାର ଯୋଜନା ରହିଛି ବୋଲି ସେ ମତବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ମିଲେଟ୍‌ସ ମିଶନ ତଥା କୃଷି ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶୈଳେନ୍ଦ୍ର କୁମାର ମହାନ୍ତି, ନାବାର୍ଡ ଓଡ଼ିଶା ଶାଖା ମୁଖ୍ୟ ବିଭୂତି ସାହୁ, ଓଡ଼ିଶା ମିଲେଟ୍‌ସ ମିଶନର ରାଜ୍ୟ ସଂଯୋଜକ ଦିନେଶ ବାଲମ୍‌ଙ୍କ ସହ ରାଜ୍ୟ ତଥା ବିଭିନ୍ନ ଜିଲାରୁ ଆସିଥିବା ବରିଷ୍ଠ ଅଧିକାରୀ, କ୍ରେତା, କୃଷକ ଉତ୍ପାଦକ ସଙ୍ଗଠନ ଏବଂ ଚାଷୀମାନେ ଏହି ରପ୍ତାନି ଆଧାରିତ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି।...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri