କୋଟିପତି ସହକାରୀ ଯନ୍ତ୍ରୀ ଗିରଫ, ଜେଲ ଗଲେ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ ପ୍ରାୟ ଅଢ଼େଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ମିଳିଛି। ଏହି ବେଆଇନ ସମ୍ପତ୍ତି ତାଙ୍କ ପ୍ରକୃତ ଆୟଠାରୁ ୧୬୭ ପ୍ରତିଶତ ଅଧିକ। ଏନେଇ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ମାନସ ଓ ତାଙ୍କ ସ୍ତ୍ରୀଙ୍କ ନାମରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୩୨/୨୦୨୨) ରୁଜୁ କରାଯାଇଛି। ଗିରଫ ପରେ ଅଭିଯୁକ୍ତ ମାନସଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏହି ମାମଲାରେ ଅଧିକ ତଦନ୍ତ କରାଯାଉଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।
ସୂଚନା ଅନୁଯାୟୀ, ମାନସଙ୍କ ନାମରେ ଦୁର୍ନୀତି ଅଭିଯୋଗ ଆସିବାରୁ ଭୁବନେଶ୍ୱର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ସୋମବାର ତାଙ୍କ ଭୁବନେଶ୍ୱରସ୍ଥିତ ସରକାରୀ କାର୍ଯ୍ୟାଳୟ, ଜଗତ୍‌ସିଂହପୁର କୁଜଙ୍ଗ ନିକଟ ଗାଣ୍ଡିକାପୁରସ୍ଥିତ ଘର ଓ କଟକ ସାଲେପୁରସ୍ଥିତ ବନ୍ଧୁଙ୍କ ଘର ସମେତ ୭ ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା। ମାନସଙ୍କ ବ୍ୟାଙ୍କ ଓ ଜୀବନବୀମା ପଲିସିରେ ୧.୪୬ କୋଟି ଟଙ୍କା ଜମାରାଶି ସହ କଟକ ସିଡିଏ ସେକ୍ଟର-୭ରେ ପ୍ଲଟ ନଂ.ଇ/୧୨୧ରେ ଥିବା ୩ ମହଲା କୋଠା, ଜଟଣୀ କଣ୍ଟିଲୋସ୍ଥିତ ସୃଷ୍ଟି ପ୍ଲାଜା ଆପାର୍ଟମେଣ୍ଟରେ ଥିବା ୨୨.୭୬ ଲକ୍ଷ ଟଙ୍କାର ଗୋଟିଏ ଫ୍ଲାଟ୍‌, କଟକ ଜିଲା ସାଲେପୁରସ୍ଥିତ ଚମ୍ପତିପାଟଣାରେ ଥିବା ଏକ ମହଲା କୋଠା ଏବଂ କଟକ ଜିଲା ଫୁଲନଖରା ଓ ଖୋର୍ଦ୍ଧା ଜିଲା ନାରଣଗଡ଼ରେ ଗୋଟିଏ ଲେଖାଏ ୨ଟି ପ୍ଲଟ୍‌ ଠାବ ହୋଇଥିଲା। ସେହିପରି ତାଙ୍କ ଘରୁ ନଗଦ ୫୪ ହଜାର ୪୭ ଟଙ୍କା, ୧୨.୬୪ ଲକ୍ଷ ଟଙ୍କାର ଗୋଟିଏ ଚାରିଚକିଆ ଯାନ, ୨.୬୧ ଲକ୍ଷ ଟଙ୍କାର ୪ଟି ବାଇକ, ୩.୪ ଲକ୍ଷ ଟଙ୍କାର ସୁନା ଅଳଙ୍କାର, ୫.୩୪ ଲକ୍ଷ ଟଙ୍କାର ଘରୋଇ ଉପକରଣ ଠାବ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri