ବନ୍ଧାହେଲେ କୋଟିପତି ବାବୁ: ୧ କୋଟି ୨୪ ଲକ୍ଷ ଟଙ୍କା ହେରଫେର ଅଭିଯୋଗ

କଟକ,୨୩।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ମାମଲାରେ କଟକ ସିଟି ହସ୍ପିଟାଲର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ୧ କୋଟି ୨୪ ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାପଡିଛି।

ଭିଜିଲାନ୍ସର ୫ଟି ଟିମ୍‌ ଶୁକ୍ରବାର ସକାଳୁ ଏକସଙ୍ଗେ ୫ଟି ଜାଗାରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ ହୋଇଥିବା ଜଣାପଡ଼ିଛି। ତନ୍ମଧ୍ୟରେ କଟକ ଯୋବ୍ରା ନୂଆସାହିରେ ୨୫ ଶହ ବର୍ଗଫୁଟ୍‌ର ୩ ମହଲା କୋଠାଘର, ଚୌଦ୍ୱାର ପଳାସିଆରେ ୨.୫ ଏକର ଜମିରେ ବିଲଡିଂ ଓ କୁକୁଡ଼ା ଫାର୍ମ, ଖୋର୍ଦ୍ଧାର ଜଟଣୀ ଓ କଟକ ସହର ଆଖପାଖ ଅଞ୍ଚଳରେ ଥିବା ୧୮ଟି ମୂଲ୍ୟବାନ ପ୍ଲଟ, ନଗଦ ୩.୩୦,୮୦୦ ଟଙ୍କା, ବ୍ୟାଙ୍କ ଡିପୋଜିଟ୍‌ ୫୫,୪୮,୪୦୬ ଟଙ୍କା, ଗୋଟିଏ ୪ ଚକିଆ ଓ ୩ଟି ଦୁଇଚକିଆ ଯାନ, ୧୦.୫୭ ଲକ୍ଷ ଟଙ୍କାର ଗୃହସାମଗ୍ରୀ ରହିଛି। ଚଢ଼ାଉରେ ୯ଜଣ ଡିଏସ୍‌ପି, ୧୦ଜଣ ଇନସ୍‌ପେକ୍ଟର, ୭ଜଣ ଏଏସ୍‌ଆଇ ଓ ଅନ୍ୟମାନେ ସାମିଲ ହୋଇଥିଲେ। କଟକ ଭିଜିଲାନ୍ସ ସ୍ପେଶାଲ କୋର୍ଟର ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଉଛି। ସାହାଣି ୧୯୯୭ ଜାନୁଆରୀ ୭ରେ କନିଷ୍ଠ ସହାୟକ ଭାବେ ରିହାବିଲିଟେଶନ ସ୍କିମରେ ଚାକିରି ଆରମ୍ଭ କରିଥିଲେ। ତେବେ ତାଙ୍କ ଚାକିରି କାଳ ମଧ୍ୟରେ ୧.୨୪ କୋଟିରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ଆତ୍ମସାତ୍‌ କରିଥିବା ନେଇ ଭିଜିଲାନ୍ସକୁ ସୁରାକ ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri