ଆୟଠାରୁ ଠୁଳ କରିଛନ୍ତି ଅମାପ ସମ୍ପତ୍ତି, ବନ୍ଧାହେଲେ କୋଟିପତି ଯନ୍ତ୍ରୀ

ଭଞ୍ଜନଗର,୧୨ା୯: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଜନ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଚଢ଼ାଉ କରିଥିଲା ଭିଜିଲାନ୍ସ।

ପ୍ରସନ୍ନଙ୍କ ସମ୍ପର୍କୀୟଙ୍କ ଘର ଏବଂ ଭଞ୍ଜନଗର କାର୍ଯ୍ୟାଳୟ ସମେତ ୯ଟି ସ୍ଥାନରେ ଚଢ଼ାଉ ହୋଇଥିଲା। ଭଞ୍ଜନଗରରେ ୭ଟି ସ୍ଥାନ, ବ୍ରହ୍ମପୁର ତୁଳସୀନଗରସ୍ଥିତ ବାସଭବନ ଏବଂ ବେଲଗୁଣ୍ଠା ବ୍ଲକ ଲୁଦଲୁଦି ଘରେ ଚଢାଉ ହୋଇଥିଲା। ଭିଜିଲାନ୍ସ ଟିମ୍‌ ସ୍ବାଇଁ ଏବଂ ତାଙ୍କ ସମ୍ପର୍କୀୟଙ୍କ ନାମରେ ଥିବା ୬ଟି କୋଠା, ୫ଟି ପ୍ଲଟ ଠାବ କରିଥିଲା। ବ୍ରହ୍ମପୁରସ୍ଥିତ ଘରର ମୂଲ୍ୟ ୨ କୋଟି ୪୦ ଲକ୍ଷ ଏବଂ ଭଞ୍ଜନଗର ବାଗ୍‌ଦେବୀ ରୋଡ୍‌ରେ ଥିବା ଘରର ମୂଲ୍ୟ ୨ କୋଟି ୩୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ସେହିପରି ବିଭିନ୍ନ ବ୍ୟାଙ୍କ, ବୀମା କମ୍ପାନୀ ଓ ଡାକ ବିଭାଗରେ ୨୩ ଲକ୍ଷ ୯୪ ହଜାର ୩୭୦ ଟଙ୍କାର ଜମା ଏବଂ ୨୦୦ ଗ୍ରାମ ସୁନା ଅଳଙ୍କାର, ୨ଟି ବାଇକ, ୫ ଲକ୍ଷ ୬୩ ହଜାର ଟଙ୍କାର ଘର ଉପକରଣ ଠାବ କରାଯାଇଛି। ଏତେ ପରିମାଣର ସମ୍ପତ୍ତି ଠାବ ହେବା ପରେ ସହକାରୀ ଯନ୍ତ୍ରୀ ସ୍ବାଇଁଙ୍କୁ ଅଧିକ ତଦନ୍ତ ପାଇଁ ସନ୍ଧ୍ୟାରେ ବ୍ରହ୍ମପୁର ଭିଜିଲାନ୍ସ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ନିଆଯାଇଥିବା ବେଳେ ଆଜି ତାଙ୍କୁ ଗିରଫ କରାଯାଇଛି। ଗତକାଲିର ଏହି ଚଢ଼ାଉରେ ୭ ଜଣ ଡିଏସ୍‌ପି, ୫ ଜଣ ଇନ୍ସପେକ୍ଟର ସାମିଲ ଥିଲେ।
ସୂଚନାଯୋଗ୍ୟ, ସହକାରୀ ଯନ୍ତ୍ରୀ ସ୍ବାଇଁଙ୍କ ଘର ବେଲଗୁଣ୍ଠା ବ୍ଲକ ଲୁଦୁଲୁଦି ଗ୍ରାମରେ। ସେ ଭଞ୍ଜନଗର ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟରେ ୧୪ ବର୍ଷ ହେବ କାର୍ଯ୍ୟରତ ଅଛନ୍ତି। ୨୦୧୮ ନଭେମ୍ବରରେ ସେ କନିଷ୍ଠ ଯନ୍ତ୍ରୀରୁ ପଦୋନ୍ନତି ପାଇ ସହକାରୀ ଯନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri