ଆୟଠାରୁ ଠୁଳ କରିଛନ୍ତି ଅମାପ ସମ୍ପତ୍ତି, ବନ୍ଧାହେଲେ କୋଟିପତି ଯନ୍ତ୍ରୀ

ଭଞ୍ଜନଗର,୧୨ା୯: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଜନ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଚଢ଼ାଉ କରିଥିଲା ଭିଜିଲାନ୍ସ।

ପ୍ରସନ୍ନଙ୍କ ସମ୍ପର୍କୀୟଙ୍କ ଘର ଏବଂ ଭଞ୍ଜନଗର କାର୍ଯ୍ୟାଳୟ ସମେତ ୯ଟି ସ୍ଥାନରେ ଚଢ଼ାଉ ହୋଇଥିଲା। ଭଞ୍ଜନଗରରେ ୭ଟି ସ୍ଥାନ, ବ୍ରହ୍ମପୁର ତୁଳସୀନଗରସ୍ଥିତ ବାସଭବନ ଏବଂ ବେଲଗୁଣ୍ଠା ବ୍ଲକ ଲୁଦଲୁଦି ଘରେ ଚଢାଉ ହୋଇଥିଲା। ଭିଜିଲାନ୍ସ ଟିମ୍‌ ସ୍ବାଇଁ ଏବଂ ତାଙ୍କ ସମ୍ପର୍କୀୟଙ୍କ ନାମରେ ଥିବା ୬ଟି କୋଠା, ୫ଟି ପ୍ଲଟ ଠାବ କରିଥିଲା। ବ୍ରହ୍ମପୁରସ୍ଥିତ ଘରର ମୂଲ୍ୟ ୨ କୋଟି ୪୦ ଲକ୍ଷ ଏବଂ ଭଞ୍ଜନଗର ବାଗ୍‌ଦେବୀ ରୋଡ୍‌ରେ ଥିବା ଘରର ମୂଲ୍ୟ ୨ କୋଟି ୩୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ସେହିପରି ବିଭିନ୍ନ ବ୍ୟାଙ୍କ, ବୀମା କମ୍ପାନୀ ଓ ଡାକ ବିଭାଗରେ ୨୩ ଲକ୍ଷ ୯୪ ହଜାର ୩୭୦ ଟଙ୍କାର ଜମା ଏବଂ ୨୦୦ ଗ୍ରାମ ସୁନା ଅଳଙ୍କାର, ୨ଟି ବାଇକ, ୫ ଲକ୍ଷ ୬୩ ହଜାର ଟଙ୍କାର ଘର ଉପକରଣ ଠାବ କରାଯାଇଛି। ଏତେ ପରିମାଣର ସମ୍ପତ୍ତି ଠାବ ହେବା ପରେ ସହକାରୀ ଯନ୍ତ୍ରୀ ସ୍ବାଇଁଙ୍କୁ ଅଧିକ ତଦନ୍ତ ପାଇଁ ସନ୍ଧ୍ୟାରେ ବ୍ରହ୍ମପୁର ଭିଜିଲାନ୍ସ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ନିଆଯାଇଥିବା ବେଳେ ଆଜି ତାଙ୍କୁ ଗିରଫ କରାଯାଇଛି। ଗତକାଲିର ଏହି ଚଢ଼ାଉରେ ୭ ଜଣ ଡିଏସ୍‌ପି, ୫ ଜଣ ଇନ୍ସପେକ୍ଟର ସାମିଲ ଥିଲେ।
ସୂଚନାଯୋଗ୍ୟ, ସହକାରୀ ଯନ୍ତ୍ରୀ ସ୍ବାଇଁଙ୍କ ଘର ବେଲଗୁଣ୍ଠା ବ୍ଲକ ଲୁଦୁଲୁଦି ଗ୍ରାମରେ। ସେ ଭଞ୍ଜନଗର ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟରେ ୧୪ ବର୍ଷ ହେବ କାର୍ଯ୍ୟରତ ଅଛନ୍ତି। ୨୦୧୮ ନଭେମ୍ବରରେ ସେ କନିଷ୍ଠ ଯନ୍ତ୍ରୀରୁ ପଦୋନ୍ନତି ପାଇ ସହକାରୀ ଯନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri