ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ।
ସୂଚନାଯୋଗ୍ୟ, ଭବାନୀପାଟଣା ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା। ସକାଳ ପ୍ରାୟ ୬ଟାରୁ ଭିଜିଲାନ୍ସର ୩ଟି ଟିମ୍‌ ଭବାନୀପାଟଣା ହିଲ ଟାଉନରେ ଥିବା ଫରେଷ୍ଟରଙ୍କ ତିନି ମହଲା ବାସଭବନ, ଜୁନାଗଡ଼ ଥାନା ଅନ୍ତର୍ଗତ ଦେଉଣ୍ଡି ଗାଁରେ ଥିବା ପୈତୃକ ବାସଭବନ ଓ ଭଟାଙ୍ଗପଦର ସେକ୍ସନର ଫରେଷ୍ଟରଙ୍କ ସରକାରୀ କାର୍ଯ୍ୟାଳୟରେ ଚଢ଼ାଉ କରିଥିଲେ। ଏହି ସମୟରେ ଫରେଷ୍ଟର ବେହେରାଙ୍କ ସମସ୍ତ ବ୍ୟାଙ୍କ ଆକାଉଣ୍ଟ, ସୁନାଗହଣା ଓ ଜମିବାଡ଼ି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ହିଲ ଟାଉନରେ ଥିବା ୫୩ ଶହ ସ୍କୋୟାରଫୁଟ୍‌ର ଏକ ମଲ୍ଟି ଷ୍ଟୋରେଡ଼ କୋଠା, ଭବାନୀପାଟଣା ସହର ମଧ୍ୟରେ ଥିବା ୯ଟି ପ୍ଲଟ, ୨୧୦ ଗ୍ରାମ ସୁନା, ୨ଟି ହାର୍‌ଭେଷ୍ଟର (ଧାନକଟା ମେଶିନ), ଗୋଟିଏ ଚାରିଚକିଆ ଗାଡି, ୪ଟି ବେନାମୀ ଟ୍ରାକ୍ଟର ଓ ବୋଲେରୋ ସମେତ ବ୍ୟାଙ୍କ, ପୋଷ୍ଟାଲ ଜମା, ଜୀବନ ବୀମା ପଲିସି ଆଦି ମିଳିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ଭବାନୀପାଟଣା ସେଣ୍ଟ୍ରାଲ ବ୍ୟାଙ୍କରେ ତାଙ୍କ ନାମରେ ଏକ ଲକର ଖୋଲାଯାଇଥିବାବେଳେ ସେ ଏହାକୁ ପରିଚାଳନା କରୁଥିବା ଭିଜିଲାନ୍ସ ବିଭାଗ ଜାଣିପାରିଛି। ଖବର ଲେଖାହେବା ସୁଦ୍ଧା ଚଢ଼ାଉ ଜାରି ରହିଛି। ତେବେ ଜବତ ସମ୍ପତ୍ତି ପରିମାଣ ୩ କୋଟିରୁ ଊଦ୍ଧର୍‌ବ ହେବ ବୋଲି ଜଣାପଡିଛି। ଭିଜିଲାନ୍ସ ବିଭାଗ ଫରେଷ୍ଟର ବେହେରାଙ୍କୁ ଗିରଫ କରି ଅଧିକ ଖୋଳତାଡ଼ କରୁଛି। ଏହି ଚଢ଼ାଉରେ କୋରାପୁଟ ଭିଜିଲାନ୍ସ ଡିଭିଜନ ଅଧୀନ କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା ଆଦି ଜିଲାର ୪ ଜଣ ଡିଏସ୍‌ପି, ୭ ଜଣ ଇନ୍ସପେକ୍ଟର, ୪ ଜଣ ଏଏସ୍‌ଆଇ ଓ ଅନ୍ୟ କର୍ମଚାରୀ ସାମିଲ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri