ଗିରଫ ହେଲେ କୋଟିପତି ଖଣି ଅଧିକାରୀ

କେନ୍ଦୁଝର,୨୮ା୧୧: କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଗୁରୁବାର ଭିଜୀଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଗିରଫ କରାଯାଇଛି। ଗତକାଲି ଭିଜିଲାନ୍ସ ଟିମ୍‌ ତାଙ୍କ କେନ୍ଦୁଝର ଘର ଏବଂ ଭୁବନେଶ୍ୱର, ଭବାନୀପାଟଣା, ଯାଜପୁର ସମେତ ୭ଟି ଜାଗାରେ ଏକକାଳୀନ ଚଢ଼ାଉ କରିଥିଲା। ବିଭିନ୍ନ ସ୍ଥାନରେ ଥିବା କୋଠା, ଜମି ଠାବହୋଇଥିବା ବେଳେ ଅଧିକ ତଦନ୍ତ ଜାରି ରହିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଥିଲା।
ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌, ଭୁବନେଶ୍ୱରଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରିଥିଲା। ଟିମ୍‌ କେନ୍ଦୁଝରରେ ଥିବା ଅଫିସ ଓ ଭବାନୀପାଟଣା ହିଲ୍‌ ଟାଉନ୍‌ ଭଡ଼ାଘର, କେନ୍ଦୁଝର ସହର ଜଗନ୍ନାଥପୁରରେ ୧୦, ୦୦୦ ବର୍ଗ ଫୁଟ ଜମି ଉପରେ ନିର୍ମିତ ୨ ମହଲା କୋଠା, ଭୁବନେଶ୍ୱର କରୋଡକଣ୍ଟାରେ ଅବସ୍ଥିତ ପ୍ଲଟ୍‌(ନଂ ୨୨୨/୧୨୦୯)ରେ ଥିବା ୫୮୦୦ ବର୍ଗ ଫୁଟ ଉପରେ ଥିବା ୪ ମହଲା କୋଠା, କେନ୍ଦୁଝର ଘସିପୁରା ତହସିଲର ମଦନପୁରରେ ଅବସ୍ଥିତ ପ୍ଲଟ୍‌ (ନଂ. ୨୮୨୭/୪୨୩୦)ରେ ନିର୍ମିତ ୫ ଏକରର ଏକ ଫାର୍ମ ହାଉସ, କଟକ ପ୍ରତାପନଗରୀରେ ୨ ପ୍ଲଟ୍‌, ଭୁବନେଶ୍ୱର କରୋଡକଣ୍ଟା, ସୁନ୍ଦରପଦାରେ ଗୋଟିଏ ଲେଖା ପ୍ଲଟ୍‌ ଓ ଯାଜପୁର ଜିଲା ଦାନଗଦିଠାରେ ୧ଏକର ଜମି, ଦାନଗଦିରେ ୧ ଏକର ୧୬ ଡିସିସିଲରେ ଏକ ଜମିରେ ୯ଟି ପ୍ଲଟ୍‌, ଗୋଟିଏ ୪ ଚକିଆ ଯାନ, ୨ଟି ଦୁଇଚକିଆ ଯାନ ଠାବକରିଛି। ଏଥିସହ ବ୍ୟାଙ୍କ ଜମା, ଇନ୍ସ୍ୟୁରାନ୍ସ ଏବଂ ପୋଷ୍ଟାଲ ଜମାର ଖୋଳତାଡ ଚାଲିଛି। ଯାଜପୁରର ଜମାଦେଇପୁର ଶାସନରେ ଥିବା ପୈତୃକ ଘରେ ଏକ ମହଲା କୋଠା ଓ ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଳରାମପୁରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି। ଏହି ଚଢ଼ାଉରେ ୭ ଜଣ ଡିଏସ୍‌ପି, ୫ ଇନ୍ସପେକ୍ଟର, ୭ ଜଣ ଏଏସ୍‌ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri