Posted inରାଜ୍ୟ

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ

ଭୁବନେଶ୍ୱର/ଡେରାବିଶ,୪।୧୧ (ସତ୍ୟଜିତ୍‌ ରାଉତ/ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗର କଟକ ଜିଲା ସାଲେପୁର ରୁରାଲ ଓ୍ବାର୍କ୍ସ ସବ୍‌ଡିଭିଜନ୍‌ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅର୍ଜୁନ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଅର୍ଜୁନଙ୍କ ଘର ସମେତ ଖୋର୍ଦ୍ଧା ଜିଲାର ଭୁବନେଶ୍ୱର, କଟକ ଓ କେନ୍ଦ୍ରାପଡ଼ା ଜିଲାର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇ ବହୁ କୋଟିର ସମ୍ପତ୍ତି ଠାବ ହୋଇଛି। ଚଢ଼ାଉ ହୋଇଥିବା ସ୍ଥାନ ମଧ୍ୟରେ ଅର୍ଜୁନଙ୍କ ସାଲେପୁରସ୍ଥିତ ସରକାରୀ ବାସଭବନ, କେନ୍ଦ୍ରାପଡ଼ା ଜିଲା ରାଇପୁରସ୍ଥିତ ସମ୍ପର୍କୀୟଙ୍କ ଘର, ବଡ଼ହାଟସ୍ଥିତ ଘନିଷ୍ଠ ସହଯୋଗୀଙ୍କ ଘର, ଡିଷ୍ଟ୍ରିକ୍ଟ ଏଗ୍ରିକଲ୍‌ଚର ଅଫିସ ନିକଟରେ ରହିଥିବା ଅନ୍ୟ ଜଣେ ଘନିଷ୍ଠ ସହଯୋଗୀଙ୍କ ଭଡ଼ଘର ପୈତୃକ ଗଁା ଡେରାବିଶ ବ୍ଲକ ଅଧୀନସ୍ଥ ସଦାନନ୍ଦପୁର ଘରେ ଏବଂ ସାଲେପୁର ଅଫିସସ୍ଥିତ ତାଙ୍କ ଚାମ୍ବର ଆଦି ରହିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ହେଉଥିବା ଏହି ଯାଞ୍ଚରେ ୮ଜଣ ଡିଏସ୍‌ପି, ୮ ଇନ୍ସପେକ୍ଟର, ୭ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ କର୍ମଚାରୀ ନିୟୋଜିତ ହୋଇଛନ୍ତି।
ଭିଜିଲାନ୍ସ ପକ୍ଷରୁ ସନ୍ଧ୍ୟାରେ ମିଳିଥିବା ରିପୋର୍ଟ ଅନୁଯାୟୀ, ଅର୍ଜୁନଙ୍କ ଭୁବନେଶ୍ୱର ଖଣ୍ଡଗିରି ବିହାରସ୍ଥିତ ପ୍ଲଟ ନଂ. ୪୫ରେ ଥିବା ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ୩ ମହଲା କୋଠା, କେନ୍ଦ୍ରାପଡ଼ା ଡେରାବିସ୍‌ ସୁଦାନନ୍ଦପୁରସ୍ଥିତ ପ୍ଲଟ୍‌ ନଂ. ୧୭୨୯ରେ ଥିବା ଏକ ମହଲା କୋଠା ଠାବ ହୋଇଛି। ଏଥିସହ ଭୁବନେଶ୍ୱରର ମୁଖ୍ୟ ଅଞ୍ଚଳରେ ଗୋଟିଏ ପ୍ଲଟ୍‌ ଓ କେନ୍ଦ୍ରାପଡ଼ା ଜିଲାରେ ୨୦ଟି ପ୍ଲଟ୍‌ ଠାବ ହୋଇଥିବା ଜଣାପଡିଛି। ଠାବ ହୋଇଥିବା କୋଠା ଏବଂ ପ୍ଲଟ୍‌ଗୁଡ଼ିକର ପ୍ରକୃତ ମୂଲ୍ୟ ଜାଣିବାକୁ ଭିଜିଲାନ୍ସର ଟେକ୍‌ନିକାଲ୍‌ ଓ୍ବିଙ୍ଗ୍‌ ଅଧିକ ଯାଞ୍ଚ କରୁଛି। ସେହିଭଳି ଅର୍ଜୁନଙ୍କ ବ୍ୟାଙ୍କ, ଜୀବନବୀମା ଓ ଅନ୍ୟାନ୍ୟ ଜମା ୭୦.୦୯ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ୨ ଲକ୍ଷ ୮୩ ହଜାର ୯୪୦ ନଗଦ ଟଙ୍କା, ୨୧୮ ଗ୍ରାମର ସୁନା ଅଳଙ୍କାର, ପ୍ରାୟ ୪୧ ଲକ୍ଷ ଟଙ୍କାର ୩ଟି ଚାରିଚକିଆ ଯାନ, ୨ ବାଇକ୍‌ ଏବଂ ଅନ୍ୟ ଘରୋଇ ସାମଗ୍ରୀ ଆଦି ଠାବ ହୋଇଛି। ଚଢ଼ାଉ ଜାରି ରହିଥିବାବେଳେ ଭିଜିଲାନ୍ସ ପକ୍ଷରୁ ଅର୍ଜୁନଙ୍କୁ ଏ ସଂକ୍ରାନ୍ତରେ ଅଧିକ ପଚରାଉଚରା କରାଯାଉଛି। ତେବେ ଅର୍ଜୁନଙ୍କ ସମ୍ପତ୍ତିର ପରିମାଣ ପ୍ରାୟ ୫ କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି। ଚଢ଼ାଉ ଓ ଯାଞ୍ଚ ସରିବା ପରେ ସମ୍ପତ୍ତିର ପରିମାଣ ଆହୁରି ବଢ଼ିପାରେ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?