୩ ଦିନରେ ଲକ୍ଷାଧିକ ସଂକ୍ରମିତ

ନୂଆଦିଲ୍ଲୀ,୨୦ା୭(ପି.ଟି.): ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଛି। ୩ ଦିନ ମଧ୍ୟରେ ଲକ୍ଷାଧିକ ଲୋକ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୮,୯୦୨ ନୂଆ ପଜିଟିଭ୍‌ ଚିହ୍ନଟ ହେବା ପରେ ରବିବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୭,୬୧୮ରେ ପହଞ୍ଚତ୍ଛି। ଶୁକ୍ରବାର ୩୪,୯୫୬ ଏବଂ ଶନିବାର ୩୪, ୮୮୪ ନୂଆ ମାମଲା ସାମନାକୁ ଆସିଥିଲା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୬,୭୭,୪୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୬,୮୧୪ ଜଣଙ୍କର ମୃତ୍ୟୁ ଘଟିଲାଣି। ବିଭିନ୍ନ ହସ୍ପିଟାଲରେ ୩,୭୩,୩୭୯ କରୋନା ରୋଗୀ ଚିକିତ୍ସିତ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୩,୬୭୨ ଜଣ ସୁ୍‌ସ୍ଥ ହୋଇଥିବାବେଳେ ୫୪୩ ଜଣଙ୍କ ମୃତ୍ୟୁ ଘଟିଛି।
ଭାରତରେ କରୋନାଜନିତ ମୃତ୍ୟୁହାର ସାରା ବିଶ୍ୱରେ ସର୍ବନିମ୍ନ ରହିଛି। ଏବେ ଦେଶରେ ମୃତ୍ୟୁହାର ୨.୪୯ ପ୍ରତିଶତକୁ ହ୍ରାସ ପାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏଥିପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଆକ୍ରାନ୍ତଙ୍କ ଉପଯୁକ୍ତ ଚିକିତ୍ସା ପରିଚାଳନାକୁ ଶ୍ରେୟ ଦିଆଯାଇଛି। ୨୯ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ମୃତ୍ୟୁ ହାର (ସିଏଫ୍‌ଆର୍‌) ଜାତୀୟ ହାରଠାରୁ କମ୍‌ ରହିଛି। ୫ଟି ରାଜ୍ୟରେ ମୃତ୍ୟୁହାର ଶୂନ ଥିବାବେଳେ ୧୪ଟିରେ ୧ ପ୍ରତିଶତରୁ କମ୍‌ ରହିଛି। ମାସେ ପୂର୍ବରୁ ମୃତ୍ୟୁହାର ୨.୮୨ ପ୍ରତିଶତ ଥିବାବେଳେ ଜୁଲାଇ ୧୦ରେ ଏହା ୨.୭୨%କୁ ହ୍ରାସ ପାଇଥିଲା। ପ୍ରଭାବଶାଳୀ ନିୟନ୍ତ୍ରଣ କୌଶଳ, ଅଧିକ ପରୀକ୍ଷା ଏବଂ ଉନ୍ନତମାନର ଚିକିତ୍ସା ପରିଚାଳନା ଯୋଗୁ ମୃତ୍ୟୁହାର ୨.୪୯ ପ୍ରତିଶତକୁ ହ୍ରାସ ପାଇପାରିଛି। ବୟସ୍କ, ଗର୍ଭବତୀ ଓ ଅନ୍ୟାନ୍ୟ ରୋଗ ଥିବା ବ୍ୟକ୍ତିଙ୍କ ପାଇଁ କରୋନା ଅଧିକ ବିପଦ ହୋଇଥିବାରୁ ସେମାନଙ୍କୁ ଚିହ୍ନଟ କରିବା ଲାଗି ବିଭିନ୍ନ ରାଜ୍ୟ ପକ୍ଷରୁ ଜନସଂଖ୍ୟା ସର୍ଭେ କରାଯାଉଛି। ଏଥିସହିତ ଚିହ୍ନଟ ପ୍ରକ୍ରିୟାରେ ମୋବାଇଲ ଆପ୍‌ର ସହାୟତା ନିଆଯାଉଛି। ଠିକ୍‌ ସମୟରେ ସେହି ଲୋକମାନଙ୍କର ଚିିକିତ୍ସା କରାଯିବା ଫଳରେ ମୃତ୍ୟୁହାର କମାଇବାରେ ସହାୟକ ହୋଇପାରିଛି। ତଳ ସ୍ତରରେ ଆଶାକର୍ମୀ, ଏଏନ୍‌ଏମ୍‌ମାନଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି। ମଣିପୁର, ନାଗାଲାଣ୍ଡ, ସିକିମ, ମିଜୋରାମ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ରେ କାହାର ମୃତ୍ୟୁ ଘଟିନାହିଁ। ସେହିପରି ତ୍ରିପୁରା, ଆସାମ, କେରଳ, ଓଡ଼ିଶା, ଗୋଆ, ହିମାଚଳପ୍ରଦେଶ, ବିହାର, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ,ତାମିଲନାଡୁ, ଚଣ୍ଡିଗଡ, ରାଜସ୍ଥାନ, କର୍ନାଟକ, ଉତ୍ତରପ୍ରଦେଶରେ ମୃତ୍ୟୁହାର ଜାତୀୟ ହାରଠାରୁ କମ୍‌ ରହିଛି। ତ୍ରିପୁରାରେ କରୋନାଜନିତ ମୃତ୍ୟୁହାର ୦.୧୯ ପ୍ରତିଶତ ରହିଥିବାବେଳେ ଆସାମରେ ୦.୨୩%, କେରଳରେ ୦.୩୪% ଏବଂ ଓଡ଼ିଶାରେ ୦.୫୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri