ଢୁଢୁଆ ବାରୁଣୀ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଖୁଣ୍ଟା/କୁଆମରା,୩୧।୩(ଡି.ଏନ.ଏ.):  ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଖୁଣ୍ଟା ନିକଟ ବାଲିଡ଼ିହା ଗ୍ରାମ ଦେଇ ପ୍ରବାହିତ ଗଙ୍ଗାହାର ନଦୀ କୂଳରେ ଥିବା ବାବା ଢୁଢେଶ୍ବର ମହାଦେବଙ୍କ ପୀଠରେ ମହାବାରୁଣୀ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଯାତ୍ରାରେ ଜିଲା, ଜିଲା ବାହାର ସମେତ ପଡ଼ୋଶୀ ରାଜ୍ୟରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗଦେଇ ବୁଡ଼ ପକାଇଥିବା ଦେଖିବାକୁ ମିଳିଥିଲା।
ନଦୀ କୂଳରେ ଥିବା ଏକ ବିରାଟ କାୟ ପଥର ଶଯ୍ୟା ଏବଂ ସେହି ପଥର ଶଯ୍ୟାର ପାଞ୍ଚ ଫୁଟ ତଳେ ପାଣି କୁଣ୍ଡ ମଧ୍ୟରେ ଢୁଢେଶ୍ବର ମହାଦେବ ବର୍ଷ ସାରା ପୂଜା ପାଇଥାନ୍ତି। ପରମ୍ପରା ଅନୁଯାୟୀ ପ୍ରତି ବର୍ଷ ଚୈତ୍ର କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥିରେ କୁଣ୍ଡ ମଧ୍ୟରୁ ପାଣି ଖୋଲା ଯାଇ ପୂଜାର୍ଚ୍ଚନା କରାଯାଇଥାଏ। ଦୀର୍ଘ ବର୍ଷ ହେଲା ଅନୁଷ୍ଠିତ ହୋଇ ଆସୁଥିବା ଏହି ବାରୁଣୀ ଯାତ୍ରା ଅବସରରେ ସପ୍ତାହ ଧରି ଏଠାରେ ମେଳା ବସେ। ମହାଦେବଙ୍କ ପୂଜକ ସିଲୁ ତ୍ରିପାଠୀଙ୍କ ସମେତ ମୋଟ ୮ଜଣ ବ୍ରାହ୍ମଣ ପୂଜା ପାଠ କାର୍ଯ୍ୟ ସମ୍ପନ୍ନ କରିଥିଲେ। କମିଟିର ସଭାପତି ଭରତ ଚନ୍ଦ୍ର ଖିଲାର, ସମ୍ପାଦକ ରବୀଦ୍ର ନାଥ ହେମ୍ବ୍ରମ, ଗୋପୀନାଥ ବେହେରା, ମାନଗୋବିନ୍ଦ ଖିଲାର, ଅଶୋକ ମହାପାତ୍ର, ବ୍ୟୋମକେଶ ତ୍ରିପାଠୀ ପ୍ରମୁଖ କମିଟିର ବହୁ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଖୁଣ୍ଟା ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜଙ୍କ ତତ୍ତ୍ୱାବଧାନରେ ଥାନା କର୍ମଚାରୀ, ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

୪୦୦ଟଙ୍କା ପାଇଁ ପୁଅ ଭୁଲିଗଲା ରକ୍ତ ସମ୍ପର୍କ, ବାପାକୁ ପିଟିପିଟି ହତ୍ୟା

ମୋରଡା,୨୬।୩(ସ୍ମାରକ ମାଜୀ): ମାତ୍ର ୪୦୦ଟଙ୍କା ପାଇଁ ନିଜ ବାପାଙ୍କୁ ହତ୍ୟା କରିଲେ ପୁଅ । ଏଭଳି ଲୋମହର୍ଷକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ଥାନା…

ଯୁବକଙ୍କ ପାଇଁ ନାକେଦମ ହେଲାଣି ପୋଲିସ-ଦମକଳ ବାହିନୀ: ଟାଓ୍ବାର ଉପରକୁ ଚଢିଯିବାରୁ…

ମୋରଡା,୨୬।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବକଙ୍କ ପାଇଁ ପୋଲିସ ଓ଼ ଦମକଳ ବାହିନୀକୁ ନାକେଦମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri