୪ ଦିନରେ ଲକ୍ଷେ ନୂଆ ଆକ୍ରାନ୍ତ: ଭାରତ ଉପରେ କରୋନା ସଙ୍କଟ

ନୂଆଦିଲ୍ଲୀ, ୧୧।୭: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଛୁଇଁବା ପାଇଁ ୧୧୦ ଦିନ ସମୟ ନେଇଥିଲା। ତେବେ ଗତ ୪ ଦିନ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ବୃଦ୍ଧି ପାଇ ୭ରୁ ୮ ଲକ୍ଷରେ ପହଞ୍ଚିଛି। ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷରୁ ୭ ଲକ୍ଷରେ ପହଞ୍ଚିବା ପାଇଁ ୫ ଦିନ ସମୟ ଲାଗିଥିଲା। ପ୍ରତିଦିନ ହାରାହାରି ୨୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷରେ ପହଞ୍ଚିବା ପାଇଁ ୧୬୩ ଦିନ ସମୟ ଲାଗିଛି। ଏହି ଧାରା ଜାରି ରହିଲେ ଦେଶରେ ଆସନ୍ତା ୨୦ ଦିନ ମଧ୍ୟରେ ପ୍ରତି ୨ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିବ ବୋଲି ଆଶଙ୍କା ପ୍ରକାଶ ପାଇଛି। ଦେଶର ପ୍ରତି ୧୦ ଲକ୍ଷ ଜନସଂଖ୍ୟା ମଧ୍ୟରୁ ୫୭୮ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ସେହିପରି ପ୍ରତି ୧୦ ଲକ୍ଷରେ ୧୬ ଜଣଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟୁଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅଞ୍ଚଳରେ ଅପରପକ୍ଷରେ ଭାରତରେ କରୋନା ସଂକ୍ରମଣ ହାର ଅନ୍ୟ ବିକଶିତ ଦେଶ ତୁଳନାରେ ଯଥେଷ୍ଟ ଧିମା ରହିଛି। ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଦିନରେ ୮ ଲକ୍ଷ ଟପିଥିଲା। ସେହିପରି ବ୍ରାଜିଲ୍‌ରେ ଏଥିପାଇଁ ୧୦୭ ଦିନ ସମୟ ଲାଗିଥିଲା ବୋଲି କରୋନା ଓ୍ବାଲର୍‌ଡ ମିଟର ତଥ୍ୟରୁ ଜଣାପଡ଼ିଛି। କରୋନା ୭୦ ପ୍ରତିଶତ ସଂକ୍ରମିତ ଘଟଣା ଘଟିଥିବାବେଳେ କେବଳ ୬ ରାଜ୍ୟରେ ୮୫ ପ୍ରତିଶତ ସଂକ୍ରମଣ ହୋଇଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୬୨ ପ୍ରତିଶତରୁ ଅଧିକ ରହିଛି। ପ୍ରତି ୪ଦିନରେ ୬୦ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri