ଚାଷୀଙ୍କ ଘରୁ ଲକ୍ଷାଧିକ ଟଙ୍କା, ୬ ଭରି ସୁନାଗହଣା ଚୋରି

କୋକସରା,୨୮ା୬(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଚାରବାହାଲ ଶାନ୍ତି ନଗରପଡାର ଚାଷୀ ଜି.ଶ୍ରୀନିବାସ ରାଓଙ୍କ ଘରୁ ଲକ୍ଷାଧିକ ଟଙ୍କା ସହ ୬ ଭରି ଓଜନର ସୁନାଗହଣା ଚୋରି ହୋଇଥିବା କୋକସରା ଥାନାରେ ଅଭିଯୋଗ ହୋଇଛି। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି ତଦନ୍ତ ଜାରି ରଖିଛି।
ଅଭିଯୋଗ ଅନୁସାରେ, ଶାନ୍ତିନଗରପଡ଼ାର ଜି. ଶ୍ରୀନିବାସ ରାଓଙ୍କ ଘର ବାରିପଟ ଦେଇ ଶୁକ୍ରବାର ରାତିରେ ଦୃବୃର୍ତ୍ତମାନେ ଘର କବାଟ ତାଡ଼ି ପଶିଥିଲେ। ସେମାନେ ଆଲମାରିରେ ଥିବା ୬ ଭରି ଓଜନର ସୁନାଗହଣା ଓ ୧ ଲକ୍ଷ ୪ ହଜାର ଟଙ୍କା ନେଇ ଫେରାର ହୋଇଯାଇଥିଲେ। ପରିବାର ଲୋକ କାଳେ ଉଠିବେ ସେଥିପାଇଁ ଚୋରମାନେ ବାହାର ପଟୁ କବାଟ ବନ୍ଦ କରିଦେଇଥିଲେ। ପରିବାର ଲୋକ ସକାଳୁ ଉଠିବା ପରେ ଆଲମିରା ଖୋଲା ଥିଲା। ଅନ୍ୟାନ୍ୟ ଜିନିଷ ଏଣେ ତେଣେ ପଡିଥିବା ଦେଖି ଚୋରି ହୋଇଥିବା ଜାଣିପାରିଥିଲେ। ରାଓ ଏ ନେଇ କୋକସରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ତନାଘନା ଆରମ୍ଭ କରିଛି। ଏନେଇ କୋକସରା ଥାନାରେ ଏକ ମାମଲା(ନଂ ୧୬୧/୨୦) ରୁଜୁ କରି ତଦନ୍ତ ଆରମ୍ଭ ହୋଇଥିବା ଥାନା ଅଧିକାରୀ ବାସୁଦେବ ଛତ୍ରିଆ କହିଛ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?