ଲକ୍ଷଲକ୍ଷ ସଂଖ୍ୟାରେ ସମୁଦ୍ରମୁହାଁ କଇଁଛ

ଗଞ୍ଜାମ,୨୧ା୫(ଡି.ଏନ୍‌.ଏ.): କଇଁଛଙ୍କ ଏନ୍ତୁଡ଼ିଶାଳ ଭାବେ ପରିଚିତ ଗଞ୍ଜାମ ଜିଲାର ରୁଷିକୁଲ୍ୟା ମୁହାଁଣରେ ଗତ କିଛିଦିନ ହେବ ଲକ୍ଷଲକ୍ଷ ଛୁଆ କଇଁଛ ଅଣ୍ଡାରୁ ଫୁଟି ଏବେ ସମୁଦ୍ରମୁହାଁ ହେଉଥିବା ଦେଖିବାକୁ ମିଳିଛି। ସକାଳ ଓ ସନ୍ଧ୍ୟାରେ ଥଣ୍ଡା ପରିବେଶରେ ରାତିସାରା ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟାରେ ପୋତି ହୋଇ ରହିଥିବା ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଛି। ଅଣ୍ଡାଗୁଡିକରୁ ଫୁଟିବା ପରେ ବାଲିରୁ ଛୁଆଗୁଡ଼ିକ ଗୋଟିଏ ପରେ ଗୋଟିଏ ଗୁରୁଣ୍ଡି ଗୁରୁଣ୍ଡି ସମୁଦ୍ର ଆଡ଼କୁ ମୁହାଁଉଥିବା ଦେଖିବାକୁ ମିଳିଛି। ଛୁଆ କଇଁଛଗୁଡ଼ିକୁ ଦେଖିବା ପାଇଁ ସେଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ଚଳିତବର୍ଷ ରୁଷିକୁଲ୍ୟା ବେଳାଭୁମିରେ ୫ ଲକ୍ଷ ୫୦ ହଜାର ୩୧୭ ସାମୁଦ୍ରିକ କଇଁଛଙ୍କ ଗଣ ଅଣ୍ଡାଦାନ ହୋଇଥିଲା। ଅଣ୍ଡାଦାନର ୪୫ରୁ ୫୦ ଦିନ ମଧ୍ୟରେ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଛି। ଯାହାକୁ ନେଇ ସେମାନଙ୍କ ସୁରକ୍ଷା ପ୍ରତି ଦୃଷ୍ଟିଦେଇ ବନ ବିଭାଗ ପକ୍ଷରୁ ନଦୀପାର୍ଶ୍ୱରେ ଜାଲବାଡ଼ର ବ୍ୟବସ୍ଥା କରାଯାଇଛି। ସେହିପରି ରୁଷିକୁଲ୍ୟା ମୁହାଁଣ ନିକଟସ୍ଥ ପୁରୁଣା ପୋଡମପେଟା ଗ୍ରାମଠାରୁ ଉତ୍ତର ଦିଗରେ ସିଦ୍ଧାର୍ଥ ନଗର ଗ୍ରାମ ପର୍ଯ୍ୟନ୍ତ ବନ କର୍ମଚାରୀଙ୍କୁ ମୁତୟନ କରାଯାଇ ସେମାନଙ୍କ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଡିଏଫ୍‌ଓ ଅମ୍ଳାନ କୁମାର ନାୟକ ରୁଷିକୁଲ୍ୟା ମୁହାଁଣ ଯାଇ ବନ ବିଭାଗ ଅଧିକାରୀଙ୍କ ସହ ଛୁଆ କଇଁଛଙ୍କ ସୁରକ୍ଷାକୁ ନେଇ ସମୀକ୍ଷା କରୁଛନ୍ତି। ଖଲ୍ଲିକୋଟ ରେଞ୍ଜର ସିଦ୍ଧାର୍ଥ ଶଙ୍କର ସାହୁ ଓ ରମ୍ଭା ଫରେଷ୍ଟର ଅବିନାଶ ଚୌଧୁରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବନ କର୍ମଚାରୀ ଓ ସ୍ଥାନୀୟ ସ୍ବେଚ୍ଛାସେବୀମାନଙ୍କୁ ନେଇ ବାଟବଣା ହୋଇଯାଉଥିବା ଛୁଆ କଇଁଛମାନଙ୍କୁ ପ୍ଲାଷ୍ଟିକ ପାତ୍ରରେ ନେଇ ସମୁଦ୍ର ଜଳରେ ଛାଡୁଥିବା ଲକ୍ଷ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri