ମୋ ଦ୍ୱାରା ରାଜନୀତି ସମ୍ଭବ ନୁହେଁ କହି ଏମ୍‌ପି ପଦରୁ ଇସ୍ତଫା ଦେଇଥିବା ମିମି ଚକ୍ରବର୍ତ୍ତୀଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (ଟିଏମସି) ନେତା ମିମି ଚକ୍ରବର୍ତ୍ତୀ ଯାଦବପୁର ନିର୍ବାଚନମଣ୍ଡଳୀରୁ ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୯ରେ ନିର୍ବାଚନରେ ଜିତିଥିଲେ। ସେ ରାଜ୍ୟ ବିଧାନସଭାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ଦାଖଲ କରିଥିଲେ।
ଇସ୍ତଫା ଦେବା ପରେ ମିମି ଗଣମାଧ୍ୟମକୁ କହିଛନ୍ତି, ଆଜି ମୁଁ ପାର୍ଟି ସୁପ୍ରିମୋଙ୍କୁ ଭେଟିଥିଲି। ମୁଁ ଫେବୃଆରୀ ୧୩ରେ ତାଙ୍କୁ ଇସ୍ତଫା ପତ୍ର ଦଦେଇଥିଲି। ମୁଁ ବୁଝିଛି ଯେ ରାଜନୀତି ମୋର ଦ୍ୱାରା ସମ୍ଭବ ନୁହେଁ।
ବଙ୍ଗାଳୀ ଚଳଚ୍ଚିତ୍ର ଅଭିନେତ୍ରୀ ତଥା ଏମ୍‌ପି ମିମି ଚକ୍ରବର୍ତ୍ତୀଙ୍କ ସମ୍ପତ୍ତି ୨.୪୩ କୋଟିରୁ ଅଧିକ। ୨୦୧୯ର ନିର୍ବାଚନ ପ୍ରମାଣପତ୍ର ଅନୁଯାୟୀ, ତାଙ୍କର ଚଳନ ସମ୍ପତ୍ତିର ମୂଲ୍ୟ ୧.୨୪ କୋଟିରୁ ଅଧିକ।
ଏହି ଆଫିଡେଭିଟ୍‌ରେ ସେ କହିଥିଲେ ଯେ, ତାଙ୍କ ପାଖରେ ୨୫,୦୦୦ ଟଙ୍କା ଏବଂ ବ୍ୟାଙ୍କ ଜମା ୭୧.୮୯ ଲକ୍ଷ ଥିବାବେଳେ ସେ ମ୍ୟୁଚୁଆଲ ଫଣ୍ଡରେ ପ୍ରାୟ ୫୦ ହଜାର ଟଙ୍କା ବିନିଯୋଗ କରିଛନ୍ତି।
ଚକ୍ରବର୍ତ୍ତୀଙ୍କର ପ୍ରାୟ ୧୦ ଲକ୍ଷ ଟଙ୍କା ରହିଛି। ଏଥିମଧ୍ୟରୁ ସେ ୩.୨୬ ଲକ୍ଷ ଟଙ୍କା ମୂଲ୍ୟର ଅଳଙ୍କାର ଉତ୍ତରାଧିକାରୀ ହୋଇଥିବାବେଳେ ସେ ନିଜେ ୫.୫୯ ଲକ୍ଷ ଟଙ୍କା ମୂଲ୍ୟର ଅଳଙ୍କାର କିଣିଛନ୍ତି। ଏହା ବ୍ୟତୀତ ମିମିଙ୍କର ଦୁଇଟି କାର ମଧ୍ୟ ଅଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri