ମୋ ଦ୍ୱାରା ରାଜନୀତି ସମ୍ଭବ ନୁହେଁ କହି ଏମ୍‌ପି ପଦରୁ ଇସ୍ତଫା ଦେଇଥିବା ମିମି ଚକ୍ରବର୍ତ୍ତୀଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (ଟିଏମସି) ନେତା ମିମି ଚକ୍ରବର୍ତ୍ତୀ ଯାଦବପୁର ନିର୍ବାଚନମଣ୍ଡଳୀରୁ ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୯ରେ ନିର୍ବାଚନରେ ଜିତିଥିଲେ। ସେ ରାଜ୍ୟ ବିଧାନସଭାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ଦାଖଲ କରିଥିଲେ।
ଇସ୍ତଫା ଦେବା ପରେ ମିମି ଗଣମାଧ୍ୟମକୁ କହିଛନ୍ତି, ଆଜି ମୁଁ ପାର୍ଟି ସୁପ୍ରିମୋଙ୍କୁ ଭେଟିଥିଲି। ମୁଁ ଫେବୃଆରୀ ୧୩ରେ ତାଙ୍କୁ ଇସ୍ତଫା ପତ୍ର ଦଦେଇଥିଲି। ମୁଁ ବୁଝିଛି ଯେ ରାଜନୀତି ମୋର ଦ୍ୱାରା ସମ୍ଭବ ନୁହେଁ।
ବଙ୍ଗାଳୀ ଚଳଚ୍ଚିତ୍ର ଅଭିନେତ୍ରୀ ତଥା ଏମ୍‌ପି ମିମି ଚକ୍ରବର୍ତ୍ତୀଙ୍କ ସମ୍ପତ୍ତି ୨.୪୩ କୋଟିରୁ ଅଧିକ। ୨୦୧୯ର ନିର୍ବାଚନ ପ୍ରମାଣପତ୍ର ଅନୁଯାୟୀ, ତାଙ୍କର ଚଳନ ସମ୍ପତ୍ତିର ମୂଲ୍ୟ ୧.୨୪ କୋଟିରୁ ଅଧିକ।
ଏହି ଆଫିଡେଭିଟ୍‌ରେ ସେ କହିଥିଲେ ଯେ, ତାଙ୍କ ପାଖରେ ୨୫,୦୦୦ ଟଙ୍କା ଏବଂ ବ୍ୟାଙ୍କ ଜମା ୭୧.୮୯ ଲକ୍ଷ ଥିବାବେଳେ ସେ ମ୍ୟୁଚୁଆଲ ଫଣ୍ଡରେ ପ୍ରାୟ ୫୦ ହଜାର ଟଙ୍କା ବିନିଯୋଗ କରିଛନ୍ତି।
ଚକ୍ରବର୍ତ୍ତୀଙ୍କର ପ୍ରାୟ ୧୦ ଲକ୍ଷ ଟଙ୍କା ରହିଛି। ଏଥିମଧ୍ୟରୁ ସେ ୩.୨୬ ଲକ୍ଷ ଟଙ୍କା ମୂଲ୍ୟର ଅଳଙ୍କାର ଉତ୍ତରାଧିକାରୀ ହୋଇଥିବାବେଳେ ସେ ନିଜେ ୫.୫୯ ଲକ୍ଷ ଟଙ୍କା ମୂଲ୍ୟର ଅଳଙ୍କାର କିଣିଛନ୍ତି। ଏହା ବ୍ୟତୀତ ମିମିଙ୍କର ଦୁଇଟି କାର ମଧ୍ୟ ଅଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri