ମିମ୍‌ସାର କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଧୂଆଁବାଣ ନ ହେଉ

ତାଳଚେର,୧୭।୫(ନି.ପ୍ର.) ତାଳଚେର ମେଡିକାଲ କଲେଜ ବା ମହାନଦୀ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ମିମ୍‌ସାର) କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଏକ ଧୂଆଁ ବାଣ ନ ହେଉ। ହାଟତୋଟାସ୍ଥିତ ପ୍ରେସ୍‌ କ୍ଲବଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ତାଳଚେର ମେଡିକାଲ କଲେଜ ସଂଘର୍ଷ ସମିତି ଆବାହକ ଶରତ ଚନ୍ଦ୍ର ପ୍ରଧାନ ଏହା କହିଛନ୍ତି। ପ୍ରଧାନ କହିଛନ୍ତି, ତାଳଚେରରୁ କେନ୍ଦ୍ର ସରକାର ବାର୍ଷିକ ହଜାର ହଜାର କୋଟି ଟଙ୍କାର ରାଜସ୍ବ ପାଉଛନ୍ତି। ଏହା ତୁଳନାରେ କୌଣସି ପ୍ରକାର ବିକାଶ ମୂଳକ ଯୋଜନା ଏ ଅଞ୍ଚଳରେ କରାଯାଇ ନାହିଁ। ପ୍ରଦୂଷଣ ତାଳଚେର ବାୟୁମଣ୍ଡଳକୁ ବିଷାକ୍ତ କରିସାରିଛି। ସ୍ବାସ୍ଥ୍ୟ, ଶିକ୍ଷା, ଗମନାଗମନ ଓ ପାନୀୟ ଜଳର ଉତ୍କଟ ଅଭାବ ଦେଖା ଦେଇଛି। ଏମ୍‌ସିଏଲ୍‌ ପକ୍ଷରୁ ନିର୍ମାଣ କରାଯାଇଥିବା ମେଡିକାଲ କଲେଜକୁ ବାରମ୍ବାର ଦାବି ପରେ ରାଜ୍ୟ ସରକାର ପରିଚାଳନା କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ସରକାରଙ୍କୁ ଧନ୍ୟବାଦ। କିନ୍ତୁ ପ୍ରତିଶ୍ରୁତି ଧୂଅଁାବାଣ ନ ହେଉ। ଏହା ଯଥାଶୀଘ୍ର କାର୍ଯ୍ୟକାରୀ ହେଉ। ଏହି ମେଡିକାଲ କଲେଜ ତାଳଚେରବାସୀଙ୍କ ଅନେକ ସମସ୍ୟା ସମାଧାନର ଉତ୍ସ। ତେଣୁ ଏହା କାର୍ଯ୍ୟକ୍ଷମ ସହ ତାଳଚେରକୁ ସମସ୍ତ ଟ୍ରେନ୍‌ ଆସିବା, ବିମଳାଗଡ ରେଳ ଲାଇନ ଶୀଘ୍ର ସମ୍ପୂର୍ଣ୍ଣ କରିବା, ଏକ ନୂଆ ସ୍କିଲ୍‌ ଡେଭଲପମେଣ୍ଟ ସେଣ୍ଟର ଖୋଲିବା, ଟିଟିପିଏସ୍‌ ଉଚ୍ଛେଦରେ ୩ଟି ଡିଏଭି ସ୍କୁଲ୍‌କୁ ବନ୍ଦ ନ କରିବା ଏବଂ ତାଳଚେର ଜମିହରା ପ୍ରଜାଙ୍କ ଥଇଥାନ ଆଦି ଦାବିଗୁଡିକ କିଭଳି କାର୍ଯ୍ୟକାରୀ ହେବ ସେ ଦିଗରେ ସରକାର ପଦକ୍ଷେପ ନେବାକୁ ପ୍ରଧାନ ଦାବି କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବ୍ଲକ କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ଜ୍ଞାନ ରଞ୍ଜନ ପାଣି, ବୀରବର ସାହୁ, ଶ୍ରୀନିବାସ ସାହୁ, ଦୁର୍ଗାଚରଣ ସାହୁଙ୍କ ସମେତ ଡାକ୍ତର ମହାନ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri