ମୀନକେତନଙ୍କୁ ‘ଗ୍ରେଟ୍‌ ଇଭାନଜେଲିଷ୍ଟ ଅଫ୍‌ ଇଣ୍ଡିଆ’ ସମ୍ମାନ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତୀର ଶିକ୍ଷା କ୍ଷେତ୍ରରେ ସ୍ବତନ୍ତ୍ର ଅବଦାନ ଲାଗି ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ‘ଗ୍ରେଟ୍‌ ଇଭାନଜେଲିଷ୍ଟ ଅଫ୍‌ ଇଣ୍ଡିଆ’ ସମ୍ମାନ ମିଳିଛି। ଅନ୍ତର୍ଜାତୀୟ ସଂଗଠନ ଫୋର୍ବସ ଇଣ୍ଡିଆ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ପୁରସ୍କାର ପାଇଥିବା ଦେଶର ୪୦ ଜଣ ବିଶିଷ୍ଟ ଶିକ୍ଷାବିତ୍‌ଙ୍କ ମଧ୍ୟରେ ଡ. ମୀନକେତନ ଅନ୍ୟତମ ରହିଛନ୍ତି। ଅହମ୍ମଦାବାଦଠାରେ ଏକ ସାକ୍ଷାତକାର କାର୍ଯ୍ୟକ୍ରମରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ କଥାକାର ଓ ଔପନ୍ୟାସିକ ଚେତନ ଭଗତଙ୍କ ଦ୍ୱାରା ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଶୁକ୍ରବାର ଫୋର୍ବସ ଇଣ୍ଡିଆ ତରଫରୁ ଏନେଇ ସୂଚନା ଦିଆଯାଇଛି। ଡ. ମୀନକେତନ କିପରି ୧୯୮୯ରେ ଭୁବନେଶ୍ୱର ଶିଖରଚଣ୍ଡୀସ୍ଥିତ ଏକ ବସ୍ତି ଅଞ୍ଚଳରେ ସ୍କୁଲଟିଏ ତିଆରି କରି ଶିକ୍ଷାକ୍ଷେତ୍ରରେ ଆନ୍ଦୋଳନ ଆରମ୍ଭ କରିଥିଲେ ସେ ସମ୍ପର୍କରେ କୁହାଯାଇଛି। ୧୦ଜଣ ଛାତ୍ରରୁ ଆରମ୍ଭ ହୋଇଥିବା ଏହି ସ୍କୁଲ୍‌ ଆଜି ଏକ ଆନ୍ତର୍ଜାତିକ ମାନର ଶିକ୍ଷା ପ୍ରଦାନ କରିବା ସହ ଶିକ୍ଷା ଜଗତରେ ଡ. ମୀନକେତନଙ୍କ ଅମୂଲ୍ୟ ଯୋଗଦାନ ତାଙ୍କୁ ସୁନାମଧନ୍ୟ କରିପାରିଛି। ଏଥିସହିତ ଜଣେ ମୋଟିଭେଶନାଲ୍‌ ଲେଖକ ଓ ବକ୍ତା ଭାବେ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। ପ୍ରାୟ ୧୬ଟି ଓଜସ୍ବିନୀ ପୁସ୍ତକ ଲେଖିବା ସହ ନିରନ୍ତର ଜନହିତୈଷୀ ସେବା କରି ରାଷ୍ଟ୍ରପତି ପୁରସ୍କାରରେ ପୁରସ୍କୃତ ହୋଇଛନ୍ତି। ଏହା ହିଁ ଫୋର୍ବସ ଇଣ୍ଡିଆ ଦୃଷ୍ଟିରେ ଏକ ନିଆରା ଉଦାହରଣ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri