ବଢୁଛି ଲଘୁ ଖଣିଜ ଚୋରାଚାଲାଣ

ଜଟଣୀ/ଯାଁଳା/ବୋଲଗଡ଼,୧୭।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ତହସିଲ ଅଞ୍ଚଳରେ ମାଙ୍କଡ଼ା ପଥର ଓ ମୋରମ ଚୋରାଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଆସୁଥିଲା। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଏକ ସ୍କ୍ବାଡ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉକୁ ଜୋର୍‌ଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଉପଜିଲାପାଳ ଦେବବ୍ରତ ସାହୁଙ୍କ ନେତୃତ୍ୱରେ ଜଟଣୀ ତହସିଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଇନ୍‌ଫୋ ଭ୍ୟାଲି ଏବଂ ଛତାବର ରାସ୍ତାରୁ ମୋରମ ଭର୍ତ୍ତି ୯ଟି ହାଇଓ୍ବା ଜବତ କରାଯାଇ ଯଁାଳା ଫାଣ୍ଡିରେ ରଖାଯାଇଛି। ସେହିପରି ଜଟଣୀ ଥାନା ଅଧୀନ କୁଦିଆରୀ ଏବଂ ବାଛରା ଗ୍ରାମ ରାସ୍ତାରୁ ଦୁଇଟି ଟ୍ରାକ୍ଟର ଏବଂ ଗୋଟିଏ ମାଙ୍କଡ଼ା ପଥର ବୋଝେଇ ମିନିଟ୍ରକ୍‌ ଜବତ କରାଯାଇ ଥାନାରେ ରଖାଯାଇଛି। ଏହି ଚଢ଼ାଉରେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ମଲିକଙ୍କ ସମେତ ଜଟଣୀ ଥାନା ଅଧିକାରୀ ଏବଂ କର୍ମଚାରୀ ସାମିଲ ଥିଲେ। ଆଗାମୀ ଦିନରେ ଖଣିଜ ପଦାର୍ଥ ଚୋରାଚାଲାଣକୁ ରୋକିବା ପାଇଁ ଚଢ଼ାଉ ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।
ବୋଲଗଡ଼ ବ୍ଲକ ଅଞ୍ଚଳରେ ବେଆଇନ ଭାବେ ବାଲି, ଚିପ୍‌ସ ଓ ମାଙ୍କଡ଼ାପଥର ଚାଲାଣ ବୃଦ୍ଧି ପାଇବାରେ ଲାଗିଛି। ତହସିଲଦାର ଦାୟିତ୍ୱରେ ଥିବା ବିଡିଓ ଧୋବେଇ ନାୟକଙ୍କ ସମେତ ତହସିଲର କର୍ମଚାରୀମାନେ ଶନିବାର ଭୋର୍‌ରୁ ଧଳାପଥର ଫାଣ୍ଡି ନିକଟ ରାଜ୍ୟ ରାଜପଥରୁ ୫ଟି ବାଲି ଓ ଗୋଟିଏ ଚିପ୍‌ସ ବୋଝେଇ ହାଇଓ୍ବାକୁ ଅଟକାଇ କାଗଜପତ୍ର ଯାଞ୍ଚ କରିଥିଲେ। ଆବଶ୍ୟକ କାଗଜପତ୍ର ଦେଖାଇ ନ ପାରିବାରୁ ଗାଡିଗୁଡ଼ିକୁ ଜବତ କରି ଧଳାପଥର ଫାଣ୍ଡି ଜିମା ଦେଇଥିଲେ। ଜବତ ଗାଡ଼ିଗୁଡିକ ମଧ୍ୟରେ ଓଡି୦୨ ବିଜେଡ୍‌ ୬୭୭୪, ଓଡି୦୨ ବିଏ ୬୩୯୯, ଓଡି୦୨ଡବ୍ଲ୍ୟୁ ୦୭୮୯, ଓଡି୦୨ ଡବ୍ଲ୍ୟୁ ୮୨୫୧, ଓଆର ୦୪ଏନ୍‌ ୬୪୨୮, ଓଡି୦୨ ବିକେ ୭୧୭୫ ପଞ୍ଜୀକୃତ ନମ୍ବରର ହାଇଓ୍ବା ଥିବା ବେଳେ ଚିପ୍‌ସ ବୋଝେଇ ହାଇଓ୍ବା ମାଲିକ ୫୦,୦୦୦ ଟଙ୍କା ଜରିମାନା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri