ବଢୁଛି ଲଘୁ ଖଣିଜ ଚୋରାଚାଲାଣ

ଜଟଣୀ/ଯାଁଳା/ବୋଲଗଡ଼,୧୭।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ତହସିଲ ଅଞ୍ଚଳରେ ମାଙ୍କଡ଼ା ପଥର ଓ ମୋରମ ଚୋରାଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଆସୁଥିଲା। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଏକ ସ୍କ୍ବାଡ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉକୁ ଜୋର୍‌ଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଉପଜିଲାପାଳ ଦେବବ୍ରତ ସାହୁଙ୍କ ନେତୃତ୍ୱରେ ଜଟଣୀ ତହସିଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଇନ୍‌ଫୋ ଭ୍ୟାଲି ଏବଂ ଛତାବର ରାସ୍ତାରୁ ମୋରମ ଭର୍ତ୍ତି ୯ଟି ହାଇଓ୍ବା ଜବତ କରାଯାଇ ଯଁାଳା ଫାଣ୍ଡିରେ ରଖାଯାଇଛି। ସେହିପରି ଜଟଣୀ ଥାନା ଅଧୀନ କୁଦିଆରୀ ଏବଂ ବାଛରା ଗ୍ରାମ ରାସ୍ତାରୁ ଦୁଇଟି ଟ୍ରାକ୍ଟର ଏବଂ ଗୋଟିଏ ମାଙ୍କଡ଼ା ପଥର ବୋଝେଇ ମିନିଟ୍ରକ୍‌ ଜବତ କରାଯାଇ ଥାନାରେ ରଖାଯାଇଛି। ଏହି ଚଢ଼ାଉରେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ମଲିକଙ୍କ ସମେତ ଜଟଣୀ ଥାନା ଅଧିକାରୀ ଏବଂ କର୍ମଚାରୀ ସାମିଲ ଥିଲେ। ଆଗାମୀ ଦିନରେ ଖଣିଜ ପଦାର୍ଥ ଚୋରାଚାଲାଣକୁ ରୋକିବା ପାଇଁ ଚଢ଼ାଉ ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।
ବୋଲଗଡ଼ ବ୍ଲକ ଅଞ୍ଚଳରେ ବେଆଇନ ଭାବେ ବାଲି, ଚିପ୍‌ସ ଓ ମାଙ୍କଡ଼ାପଥର ଚାଲାଣ ବୃଦ୍ଧି ପାଇବାରେ ଲାଗିଛି। ତହସିଲଦାର ଦାୟିତ୍ୱରେ ଥିବା ବିଡିଓ ଧୋବେଇ ନାୟକଙ୍କ ସମେତ ତହସିଲର କର୍ମଚାରୀମାନେ ଶନିବାର ଭୋର୍‌ରୁ ଧଳାପଥର ଫାଣ୍ଡି ନିକଟ ରାଜ୍ୟ ରାଜପଥରୁ ୫ଟି ବାଲି ଓ ଗୋଟିଏ ଚିପ୍‌ସ ବୋଝେଇ ହାଇଓ୍ବାକୁ ଅଟକାଇ କାଗଜପତ୍ର ଯାଞ୍ଚ କରିଥିଲେ। ଆବଶ୍ୟକ କାଗଜପତ୍ର ଦେଖାଇ ନ ପାରିବାରୁ ଗାଡିଗୁଡ଼ିକୁ ଜବତ କରି ଧଳାପଥର ଫାଣ୍ଡି ଜିମା ଦେଇଥିଲେ। ଜବତ ଗାଡ଼ିଗୁଡିକ ମଧ୍ୟରେ ଓଡି୦୨ ବିଜେଡ୍‌ ୬୭୭୪, ଓଡି୦୨ ବିଏ ୬୩୯୯, ଓଡି୦୨ଡବ୍ଲ୍ୟୁ ୦୭୮୯, ଓଡି୦୨ ଡବ୍ଲ୍ୟୁ ୮୨୫୧, ଓଆର ୦୪ଏନ୍‌ ୬୪୨୮, ଓଡି୦୨ ବିକେ ୭୧୭୫ ପଞ୍ଜୀକୃତ ନମ୍ବରର ହାଇଓ୍ବା ଥିବା ବେଳେ ଚିପ୍‌ସ ବୋଝେଇ ହାଇଓ୍ବା ମାଲିକ ୫୦,୦୦୦ ଟଙ୍କା ଜରିମାନା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri