ଖଣି କାର୍ଯ୍ୟାଳୟ ପଛ ପଟୁ ଖଣିଜ ଚୋରି

ଯୋଡ଼ା,୧୬।୫ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ଉପ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟ ପଛ ପଟୁ ଯୋଡ଼ା ପୋଲିସ ମାଙ୍ଗାନିଜ ଖଣିଜ ସହିତ ବୋଝେଇ ହୋଇଥିବା ଏକ ବୋଲେରୋକୁ ଜବତ କରିଛି।
ସୂଚନା ଅନୁଯାୟୀ, ଯୋଡ଼ା ଖଣି ଉପନିଦ୍ଦେର୍ର୍ଶାଳୟ କାର୍ଯାଳୟଠାରୁ ୧୦୦ ମିଟର ଦୂରରେ ଥିବା ନେପାଳୀ ବସ୍ତିରେ ରବିବାର ଭୋର ୩ ଟାବେଳେ ଏକ ବୋଲେରୋ ଠିଆ ହେଉଥିବା ଦେଖି ବସ୍ତୀବାସୀନ୍ଦା ଥାନାକୁ ଖବର ଦେଇଥିଲେ। ଖବରପାଇ ପୋଲିସ ପହଞ୍ଚି ମାଙ୍ଗାନିଜ ବୋଝେଇ ଏକ ବୋଲେରୋକୁ ଜବତ କରିଥିଲା। ବିଭାଗ ପକ୍ଷରୁ ଖଣି ଅଧିକାରୀ ଦେବେନ୍ଦ୍ର ନାଥ ଦଳେଇ ସନ୍ଧ୍ୟା ସମୟରେ ଥାନାକୁ ଆସି ଖଣିଜର ଯାଞ୍ଚ କରିଥିଲେ। ଉକ୍ତ ଗାଡ଼ିରେ ପ୍ରାୟ ୫୦ କୁଇଣ୍ଟାଲ ଉନ୍ନତ ଧରଣର ମାଙ୍ଗାନିଜ ଥିବା କହିଛନ୍ତି। ଏନେଇ ଏକ ମାମଲା(ନଂ.୮୪/୨୦୨୨) ରୁଜୁ କରି ଅଧିକ ତଦନ୍ତ ଜାରି ରଖିଥିବା ଯୋଡ଼ା ଆଇଆଇସି ପଦ୍ମାଳୟା ସାହୁ ପ୍ରକାଶ କରିଛନ୍ତି। ତେଣେ ଖଣି କାର୍ଯ୍ୟାଳୟ ପଛପଟୁ ବିପୁଳ ପରିମାଣର ମାଙ୍ଗାନିଜ ଚାଲାଣ ହେବା ବିଭାଗୀୟ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଖଣି ବିଭାଗ ପାଖରେ ଷ୍ଟେଟ ଲେବଲ ଏନଫୋର୍ସମେଣ୍ଟ ସ୍କ୍ବାଡ, ଡିିଷ୍ଟ୍ରିକ୍ଟ ଲେବଲ ଟାସ୍କ ଫୋର୍ସ, ଯୋଡ଼ା ଖଣି ବିଭାଗ ଟିମ୍‌ ଥାଇ ମଧ୍ୟ ସରକାରୀ କାର୍ଯ୍ୟାଳୟ ପଛ ପଟୁ କିପରି ଚୋରି ସମ୍ଭବ ତାହା ଚର୍ଚ୍ଚାର ବିଷୟ। ତେବେ ଏକ ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ, ଖଣି ଉପ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ ଜବତ ହୋଇ ପଡ଼ିଥିବା ମାଙ୍ଗାନିଜ ପଥରକୁ ଅଖାରେ ଭର୍ତ୍ତି କରି ସେଠାରୁ ଚୋରି କରି ନିଆଯାଉଛି। ଏହାର ଅଧିକ ତଦନ୍ତ କରାଗଲେ ବହୁ ରହସ୍ୟ ଉନ୍ମୋଚିତ ହୋଇପାରନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri