ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି ଉପନିର୍ଦ୍ଦେଶକ ବିଶ୍ୱନାଥ ସୋରେନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ଟିମ ବ୍ଲକର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଏହି ସମୟରେ ବେଆଇନ ଭାବେ ବାଲି ପରିବହନ କରୁଥିବା ୩ଟି ହାଇୱା (ଓଡ଼ି୦୮ଏସ୦୦୩୪, ଓଡ଼ି୦୮ଏନ୦୦୩୪ ଓ ଓଡ଼ି୦୮ଏମ୦୦୩୪) କୁ ଅଧିକାରୀମାନେ ଜବତ କରି ଥୁଆମୂଳ ରାମପୁର ଥାନା ଜିମା ଦେଇଛନ୍ତି। କନିଷ୍ଠ ଖଣି ଅଧିକାରୀ ଦିନବନ୍ଧୁ କିଶାନ, ରାଜୀବ କାଲୋ, କୃଷ୍ଣ ବାଗେ ଏବଂ ଅନିଲ କୁମାର ପ୍ରଧାନଙ୍କ ନେତୃତ୍ୱରେ ଗଠିତ ଟିମ ଚଢାଉରେ ସାମିଲ ହୋଇଥିଲା। ସୂଚନାଯୋଗ୍ୟ, ପୂର୍ବରୁ ବାଲି ଓ ପଥର କ୍ୱାରି ତହସିଲ ଅଧୀନରେ ଥିବା ବେଳେ ବର୍ତ୍ତମାନ ଏହା ଖଣି ବିଭାଗ ଅଧୀନକୁ ଆସିଛି। ଜବତ ଗାଡ଼ିଗୁଡ଼ିକ ଉପରେ କେତେ ଜରିମାନା କରାଯିବ ସେ ନେଇ ଖଣି ଉପନିର୍ଦ୍ଦେଶକ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏହି ଚଢାଉ ପରେ ବାଲି ଓ ପଥର ମାଫିଆଙ୍କ ମଧ୍ୟରେ ଛନକା ପଶିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri