ବୀରମହାରାଜପୁରରେ ମାଇନ୍ସ ବିଭାଗର ଚଢ଼ାଉ, ୧୫ ଶହ ଟନର ଧଳା ପଥର ଜବତ

ଅମରପାଲି,୨୫।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ଧଳା ପଥର ଖଣି ରେ ଗତ ତିନି ଦିନ ହେଲା ମାଇନ୍ସ ବିଭାଗର ବଡ଼ ଧରଣର ଚଢ଼ାଉ ହେଉଛି। ବୁଧୁବାର ସଂଧ୍ୟା ପର୍ଯ୍ୟନ୍ତ ପ୍ରାୟ ୧୫ ଶହ ଟନର ଧଳାପଥର ଜବତ ହୋଇଥିବା ଖଣି ବିଭାଗ ସୂଚନା ଦେଇଛି। ତେଲିପାଲି ଅଞ୍ଚଳର ଖଣିରୁ ପ୍ରାୟ ୯ ଶହ ଟନ, ବହଳପଦର ଅଞ୍ଚଳର ଖଣି ରୁ ପ୍ରାୟ ୧୬୦ ଟନ, ଲୁଦୁମୁଣ୍ଡା ଖଣି ରୁ ପ୍ରାୟ ୧୮୦ ଟନର ଧଳା ପଥର ଜବତ ହୋଇଛି। ଏହା ସହିତ ଆଗକୁ ମଧ୍ୟ ବିଭିନ୍ନ ବେଆଇନ ଖଣିରୁ ଉତ୍ତୋଳନ କରି ଗଚ୍ଛିତ କରି ରଖା ଯାଇଥିବା ଖଣିଜ ପଥର ଜବତ କରାଯିବ ବୋଲି ସୂଚନା ମିଳିଛି।

ସୂଚନା ଅନୁସାରେ, ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ବେଆଇନ ଓ ବେଧଡକ ଭାବେ ଖଣିଜ ଦ୍ରବ୍ୟ ଲୁଟ ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଥିଲା। ତେବେ ଅଭିଯୋଗ ଆଧାର ଖଣି ବିଭାଗ ଅଞ୍ଚଳ ରେ ଚଢାଉ କରି ବିପୁଳ ପରିମାଣର ଖଣିଜ ପଥର କୁ ଜବତ କରିଛି। ବୀରମହାରାଜପୁର ଅଞ୍ଚଳର ତେଲିପାଳି, ଲୁଦୁମୁଣ୍ଡା, ଅମାତପାଲି, ବହଲପଦର, ଅମରପାଲି,ଭାଲୁଡୁଙ୍ଗୁରି ସମେତ ଅନେକ ସ୍ଥାନରୁ ବେଆଇନ ଭାବେ ବେରୁଜ, କାର୍ଜ, ରତ୍ନପଥର ,ଧଳା ପଥର ଆଦି ଖଣିଜ ଦ୍ରବ୍ୟ ବେଧଡକ ଲୁଟ ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଖଣି ବିଭାଗ ତରଫରୁ ବିଭିନ୍ନ ସମୟ ଚଢାଉ କରି ଗୋଟିଏ ଦୁଇଟି ଗାଡ଼ି ଜବତ କରି ଫାଇନ ଆଦାୟ କରୁଥିଲେ ମଧ୍ୟ ଚୋରା ଚାଲାଣକାରୀମାନେ ବେଧଡକ ଖଣିଜ ପଥର ଲୁଟ କରୁଥିଲେ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱରରୁ ସତନ୍ତ୍ର ପୋଲିସ ଟିମଙ୍କ ସହିତ ସୁବର୍ଣ୍ଣପୁର ଓ ବଲାଙ୍ଗୀର ଖଣି ବିଭାଗର ମିଳିତ ଭାବେ ଚଢାଉ କରାଯାଉଛି।

 

ଡି.ଡି.ଏମ ବିର କିଶୋର ତିର୍କିଙ୍କ ନେତୃତ୍ୱରେ ଉକ୍ତ ଚଢାଉ କରାଯାଉଛି। ଅଞ୍ଚଳର ବିଭିନ୍ନ ସ୍ଥାନରେ ବିପୁଳ ପରିମାଣର ଧଳା ପଥରକୁ ଖଣିରୁ ଖନନ କରି ଗଚ୍ଛିତ କରି ରଖାଯାଉଥିଲା। ଏହି ସବୁକୁ ଜବତ କରାଯାଇଛି। ଜବତ ଧଳା ପଥରକୁ ଗୋପପାଲି ଓ ବଙ୍କିଆ ଠାରେ ଥିବା ଲାଇସେନ୍ସଧାରୀଙ୍କ ପାଖ ରେ ଜିମା ଦିଆଯାଇଛି l ଆଗକୁ ମଧ୍ୟ ବିଭିନ୍ନ ସ୍ଥାନରେ ଚଢାଉ ଜାରିରହିବ ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୧୫ଶହ ଟନ ଧଳା ପଥର ଜବତ ହେଇଛି ବୋଲି ଡିଡିଏମ ବିର କିଶୋର ର୍ତିକି ପ୍ରକାଶ କରିଛନ୍ତି। ଚଢାଉ ସମୟରେ ବୀରମହାରାଜପୁର ଅତିରିକ୍ତ ତହସିଲଦାର ସ୍ବାଗତ କୁମାର ପଣ୍ଡା ଉପସ୍ଥିତି ଥିଲେ। ଖଣି ବିଭାଗର ଜେଏମଓ ସୌମ୍ୟା ରଞ୍ଜନ ବେହେରା, ଉମେଶ ପଟେଲ, ଶୁଭମ ବିଶାଳ, ଦେବାଶିଷ ଦେହୁରୀ, ନରେଶ ମରାଇ, ଜ୍ୟୋତି ରଞ୍ଜନ, ଟି.ବି ବବଲି ପ୍ରମୁଖ ଏହି ଚଢାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri