ଶ୍ରୀନଗର,୧୩।୪: ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ିଆ ରାସ୍ତାରେ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍ ନିୟନ୍ତ୍ରଣ ହରାଇ ନଈକୁ ଖସିପଡ଼ିଛି। ଏଥିରେ ୬ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଆହତଙ୍କୁ ଉଦ୍ଧାରକରି ଜମ୍ମୁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ମିନିବସ୍ଟି ଖସିପଡ଼ିବା ଦେଖି ସ୍ଥାନୀୟ ବାସିନ୍ଦା ଘଟଣାସ୍ଥଳରେ ପ୍ରଥମେ ଉଦ୍ଧାର କାର୍ଯ୍ୟ ଆରମ୍ କରିଥିଲେ। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି।