ଆଫଗାନିସ୍ତାନରେ ଓଲଟିଲା ମିନି ବସ, ୨ ମୃତ, ୮ ଆହତ…

କାବୁଲ,୪।୬ : ଆଫଗାନିସ୍ତାନରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଯେଉଁଠାରେ ଆଠ ଜଣ ଆହତ ହୋଇଛନ୍ତି। ପୂର୍ବ ଆଫଗାନିସ୍ତାନର ୱାର୍ଡକ ଠାରେ ଏହି ଘଟଣା ଘଟିଛି।
ଆଫଗାନିସ୍ତାନ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ପୋଲିସ ମୁଖପାତ୍ର ମହମ୍ମଦ ୟୁସୁଫ ଅସାର କହିଛନ୍ତି ୱାର୍ଡର ବେହସୋଦ ଜିଲାରେ ହଠାତ ଏକ ମିନିବସ ଓଲଟି ପଡିଥିଲା। ଏହି କାରଣରୁ ଦୁଇଜଣ ଯୁବକଙ୍କର ମୃତ୍ୟୁ ହୋଇଥିଲା। ଡ୍ରାଇଭରଙ୍କ ଅସବଧାନତା ଯୋଗୁଁ ବସ ଓଲଟି ପଡିଥିଲା ବୋଲି ଆଶାର କହିଛନ୍ତି। ଏହି କାରଣରୁ ଦୁର୍ଘଟଣା ଘଟିଥିଲା । ଆହତଙ୍କ ମଧ୍ୟରେ ମହିଳା ଏବଂ ଶିଶୁ ମଧ୍ୟ ଅନ୍ତର୍ଭୁକ୍ତ, ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନା ନିଆଯାଇଛି।

ଗତ କିଛି ଦିନ ଧରି ଆଫଗାନିସ୍ତାନରେ ସଡ଼କ ଦୁର୍ଘଟଣା ବହୁତ ବୃଦ୍ଧି ପାଇଛି। ଏହାର କାରଣ ହେଉଛି ଦ୍ରୁତ ବେଗରେ ବେପରୁଆ ଗାଡି ଚଲାଇବା। ଖରାପ ରାସ୍ତା ଏବଂ ପରିବହନ ନିୟମର ଅଭାବ ସହିତ ଅନ୍ୟାନ୍ୟ କାରଣରୁ ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ତଥ୍ୟ ଅନୁଯାୟୀ, ୨୦୨୦ ମସିହାରେ ଆଫଗାନିସ୍ତାନରେ ସଡ଼କ ଦୁର୍ଘଟଣା ଯୋଗୁଁ ୬,୦୩୩ ଜଣଙ୍କ ମୃତ୍ୟୁ ଘଟିଥିଲା। ସଡ଼କ ଦୁର୍ଘଟଣା ଦୃଷ୍ଟିରୁ ଆଫଗାନିସ୍ତାନ ବିଶ୍ୱରେ ୭୬ ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri