ପ୍ରାଥମିକ ବିଦ୍ୟାଳୟ ପିଲାଙ୍କ ପାଇଁ ମିନି ଲାଇବ୍ରେରି

କେନ୍ଦୁଝର, ୩୦ା୫( ସ୍ବ.ପ୍ର.): ଛୋଟ ଛୋଟ ପିଲା ମାନଙ୍କୁ ପାଠପଢା ପ୍ରତି ଆଗ୍ରହ ବୃଦ୍ଧି କରିବା ସହ ପାଠ ସହିତ ଅନ୍ୟାନ୍ୟ ବିଷୟରେ ଜ୍ଞାନ ଆହରଣ କରି ସେମାନଙ୍କ ଦକ୍ଷତା ବୃଦ୍ଧି କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି। କେନ୍ଦୁଝର ଜିଲାର ୧୩ଟି ବ୍ଲକର ୧୭୦୦ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ସମୁଦାୟ ୨୨୪୮ ଝୁଲା ମିନି ଲାଇବ୍ରେରୀ। ସେଥିରୁ ୯ଟି ବ୍ଲକର ୧୨୧୪ ସ୍କୁଲକୁ ୧୬୦୮ କିଟ୍‌ ପ୍ରଦାନ କରାଯାଇଛି ା ଅବଶିଷ୍ଟ ୪ଟି ବ୍ଲକ ଚମ୍ପୁଆ, ଘଷିପୁରା, ହାଟଡିହୀ ଓ ତେଲକୋଇ ବ୍ଲକର ୪୮୬ ସ୍କୁଲକୁ ୬୪୦ କିଟ୍‌ ଆସନ୍ତା ଜାନୁୟାରୀ ମାସ ମଧ୍ୟରେ ପ୍ରଦାନ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଛୋଟ ଛୋଟ ପିଲା ମାନଙ୍କ ମଧ୍ୟରେ ପଢିବାର ଆଗ୍ରହ ବୃଦ୍ଧି କରିବା, ଶ୍ରେଣୀ କକ୍ଷରେ ବିଭିନ୍ନ ପ୍ରକାରର ବହି ଉପଲବ୍ଧ କରାଇବା ସହ ବିଭିନ୍ନ ଶିକ୍ଷଣୀୟ ତଥା କୌତୁହଳପ୍ରଦ ବିଷୟ ଅବଗତ କରାଇବା ତଥା ସେମାନଙ୍କ ପଢିବା ଦକ୍ଷତା ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିଲାପାଳ ଆଶୀଷ ଠାକରେ ଜଣାଇଛନ୍ତି। ଏହି ଲାଇବ୍ରେରୀରେ ପିଲାଙ୍କ ବୁଝିବା ଭଳି ଓ ରଙ୍ଗୀନ ଚିତ୍ରିତ ପୁସ୍ତକ ଯୋଗାଇଦିଆଯିବ। ପିଲା ମାନଙ୍କ ବୟସ ତଥା ପାଠ ପଢା ଜ୍ଞାନକୁ ଆଧାର କରି ଓଡିଆ, ଇଂରାଜୀ ତଥା ହିନ୍ଦିରେ ଲିଖିତ ପୁସ୍ତକ ଯୋଗାଇ ଦିଆଯାଉଛି। ସେଥିରୁ ୫୦ ପ୍ରତିଶତ ଓଡିଆ, ୨୫ ପ୍ରତିଶତ ଇଂରାଜୀ ଓ ୨୫ ପ୍ରତିଶତ ହିନ୍ଦୀ ବହି ଯୋଗାଇଦିଆଯାଉଛି। ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଏହି ଲାଇବ୍ରେରୀ ପ୍ରତିଷ୍ଠା କରାଯାଉଛି ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?