ମିନି ଲକ୍‌ଡାଉନ୍‌ ଜରୁରୀ: ଏମ୍ସ୍‌ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ତେବେ ପୁଣି ଲକ୍‌ଡାଉନ୍‌ ଘୋଷଣା ହେଲେ ଦେଶର ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପଡ଼ିବ। ମାତ୍ର କରୋନା ସଂକ୍ରମଣକୁ ଯଦି ରୋକା ନ ଯାଏ ଏହା ଅଣାୟତ୍ତ ସ୍ଥିତି ସୃଷ୍ଟି କରିବ। ତେଣୁ ଦେଶରେ ମିନି ଲକ୍‌ଡାଉନ୍‌ ଘୋଷଣା କରାଯିବାର ଆବଶ୍ୟକତା ରହିଛି ବୋଲି ଦିଲ୍ଲୀ ଏମ୍ସ୍‌ର ନିର୍ଦ୍ଦେଶକ ଡାକ୍ତର ରଣଦୀପ୍‌ ଗୁଲେରିଆ ପ୍ରକାଶ କରିଛନ୍ତି। କରୋନାର ଦ୍ୱିତୀୟ ଲହର ବ୍ୟାପିବା ଲାଗି ଲୋକେ ଦାୟୀ। ସାଧାରଣ ଲୋକ କରୋନା ମାର୍ଗଦର୍ଶିକା ପାଳନ ନ କରିବା ସହିତ ସାମାଜିକ ଦୂରତା ବଜାୟୀ ରଖୁ ନାହାନ୍ତି। ଫଳରେ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସେ କହିଛନ୍ତି। ଦେଶ ପାଇଁ ୨ ଶହ କୋଟି ଡୋଜ୍‌ର ଆବଶ୍ୟକତା ରହିଥିବା ସେ କହିଛନ୍ତି। କରୋନାର ଦ୍ୱିତୀୟ ଲହରରେ ଛୋଟପିଲାଙ୍କୁ ମଧ୍ୟ ସଂକ୍ରମଣ ହେଉଛି। ଏହା ଅତ୍ୟନ୍ତ ଚିନ୍ତା ଜନକ। ଛୋଟପିଲାଙ୍କର ରୋଗ ପ୍ରତିରୋଧକ ଶକ୍ତି ଅଧିକ ଥିବାରୁ ତାଙ୍କଠାରେ ପ୍ରଥମ ପର୍ଯ୍ୟାୟ ସଂକ୍ରମଣ ଅଧିକ ଦେଖାଯାଇ ନ ଥିଲା। ମାତ୍ର କରୋନାର ଦ୍ୱିତୀୟ ଲହରରେ ଏଭଳି କେତେକ ଘଟଣା ଦୃଷ୍ଟିକୁ ଆସିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri