ଶିକ୍ଷା ସଚେତନତା ପାଇଁ ମିନି ମାରାଥନ୍‌

ଭୁବନେଶ୍ୱର,୩୦।୧(ବ୍ୟୁରୋ):କିଟ୍‌ ଓ କିସ୍‌ ପକ୍ଷରୁ ରବିବାର ଏକ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ଏହିି ମାରାଥନ୍‌ ରାଜଧାନୀ ସମେତ ଓଡ଼ିଶାର ୩୦ ଜିଲା ସଦର ମହକୁମାକୁ ମିଶାଇ ୩୫ଟି ସ୍ଥାନରେ ଆୟୋଜିତ ହୋଇଥିବାବେଳେ ଭାରତର ୨୫ଟି ସହର ଓ ବାଂଲାଦେଶ, ନେପାଳ, ଶ୍ରୀଲଙ୍କା, କେନିଆ ଏବଂ ଜିମ୍ବାୱେ ଆଦି ବିଶ୍ୱର ୨୫ଟି ଦେଶରେ ଅନୁଷ୍ଠିତ ହୋଇଥିଲା। ଭାରତ ସମେତ ସମଗ୍ର ବିଶ୍ୱରେ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଅଂଶ ଗ୍ରହଣ କରିଥିଲେ। ଭୁବନେଶ୍ୱରରେ ୨୦ ହଜାର ଛାତ୍ରୀଛାତ୍ର, କ୍ରୀଡ଼ାବିତ୍‌ ଓ ସମାଜର ବିଭିନ୍ନ ବର୍ଗର ଲୋକ ଅଂଶଗ୍ରହଣ କରିଥିଲେ। ଦୁଇ କିଲୋମିଟର ପର୍ଯ୍ୟନ୍ତ ଅଂଶଗ୍ରହଣକାରୀଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ‘ସମସ୍ତଙ୍କ ପାଇଁ ଶିକ୍ଷା’ ନେଇ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏହି ମିନି ମାରାଥନର ଆୟୋଜନ କରାଯାଇଥିଲା। ସକାଳ ୬ଟା ସମୟରେ ଭୁବନେଶ୍ୱରର ସାଣ୍ଡି ଟାୱାର ହୋଟେଲ ନିକଟରୁ ମାରାଥନ ଆରମ୍ଭ ହୋଇ ସକାଳ ୭ଟା ସମୟରେ କିଟ୍‌ କ୍ରିକେଟ୍‌ ଷ୍ଟାଡିୟମରେ ଶେଷ ହୋଇଥିଲା। ରଗବୀ ଇଣ୍ଡିଆ ସଭାପତି ତଥା ବଲିଉଡ ଅଭିନେତା ରାହୁଲ ବୋଷ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ବିଏମ୍‌ସି ମେୟର ସୁଲୋଚନା ଦାସ, ଅଲିମ୍ପିଆନ୍‌ ଦୂତୀ ଚାନ୍ଦ ଓ ଅନୁରାଧା ବିଶ୍ୱାଳ, ଭାରତର ଦ୍ରୁତ ଧାବକ ଅମିୟ ମଲ୍ଲିକ, ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ର, ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ଡିଆଇଜି ଅନିରୁଦ୍ଧ ସିଂ, ଓଡ଼ିଶା ରଗବୀ ଆସୋସିଏସନ ସଭାପତି ପ୍ରିୟଦର୍ଶୀ ମିଶ୍ର, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏବଂ କିଟ୍‌ ବିଶ୍ୱବଦ୍ୟାଳୟ କୁଳପତି ପ୍ରଫେସର ସସ୍ମିତା ସାମନ୍ତ ଓ କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ପ୍ରମୁଖ ମିନି ମାରାଥନରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri