ଶିକ୍ଷା ସଚେତନତା ପାଇଁ ମିନି ମାରାଥନ୍‌

ଭୁବନେଶ୍ୱର,୩୦।୧(ବ୍ୟୁରୋ):କିଟ୍‌ ଓ କିସ୍‌ ପକ୍ଷରୁ ରବିବାର ଏକ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ଏହିି ମାରାଥନ୍‌ ରାଜଧାନୀ ସମେତ ଓଡ଼ିଶାର ୩୦ ଜିଲା ସଦର ମହକୁମାକୁ ମିଶାଇ ୩୫ଟି ସ୍ଥାନରେ ଆୟୋଜିତ ହୋଇଥିବାବେଳେ ଭାରତର ୨୫ଟି ସହର ଓ ବାଂଲାଦେଶ, ନେପାଳ, ଶ୍ରୀଲଙ୍କା, କେନିଆ ଏବଂ ଜିମ୍ବାୱେ ଆଦି ବିଶ୍ୱର ୨୫ଟି ଦେଶରେ ଅନୁଷ୍ଠିତ ହୋଇଥିଲା। ଭାରତ ସମେତ ସମଗ୍ର ବିଶ୍ୱରେ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଅଂଶ ଗ୍ରହଣ କରିଥିଲେ। ଭୁବନେଶ୍ୱରରେ ୨୦ ହଜାର ଛାତ୍ରୀଛାତ୍ର, କ୍ରୀଡ଼ାବିତ୍‌ ଓ ସମାଜର ବିଭିନ୍ନ ବର୍ଗର ଲୋକ ଅଂଶଗ୍ରହଣ କରିଥିଲେ। ଦୁଇ କିଲୋମିଟର ପର୍ଯ୍ୟନ୍ତ ଅଂଶଗ୍ରହଣକାରୀଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ‘ସମସ୍ତଙ୍କ ପାଇଁ ଶିକ୍ଷା’ ନେଇ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏହି ମିନି ମାରାଥନର ଆୟୋଜନ କରାଯାଇଥିଲା। ସକାଳ ୬ଟା ସମୟରେ ଭୁବନେଶ୍ୱରର ସାଣ୍ଡି ଟାୱାର ହୋଟେଲ ନିକଟରୁ ମାରାଥନ ଆରମ୍ଭ ହୋଇ ସକାଳ ୭ଟା ସମୟରେ କିଟ୍‌ କ୍ରିକେଟ୍‌ ଷ୍ଟାଡିୟମରେ ଶେଷ ହୋଇଥିଲା। ରଗବୀ ଇଣ୍ଡିଆ ସଭାପତି ତଥା ବଲିଉଡ ଅଭିନେତା ରାହୁଲ ବୋଷ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ବିଏମ୍‌ସି ମେୟର ସୁଲୋଚନା ଦାସ, ଅଲିମ୍ପିଆନ୍‌ ଦୂତୀ ଚାନ୍ଦ ଓ ଅନୁରାଧା ବିଶ୍ୱାଳ, ଭାରତର ଦ୍ରୁତ ଧାବକ ଅମିୟ ମଲ୍ଲିକ, ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ର, ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ଡିଆଇଜି ଅନିରୁଦ୍ଧ ସିଂ, ଓଡ଼ିଶା ରଗବୀ ଆସୋସିଏସନ ସଭାପତି ପ୍ରିୟଦର୍ଶୀ ମିଶ୍ର, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏବଂ କିଟ୍‌ ବିଶ୍ୱବଦ୍ୟାଳୟ କୁଳପତି ପ୍ରଫେସର ସସ୍ମିତା ସାମନ୍ତ ଓ କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ପ୍ରମୁଖ ମିନି ମାରାଥନରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri