Posted inଖେଳ

ବିଜୁଙ୍କ ଜୟନ୍ତୀରେ ମିନି ମାରାଥନ

ଭୁବନେଶ୍ୱର, ୬।୩(କ୍ରୀଡ଼ା ପ୍ରତିନିଧି): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଏକ ମିନି ମାରାଥନ କଳିଙ୍ଗ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ ମିନି ମାରାଥନକୁ ରାଜ୍ୟ ଯୁବ କଲ୍ୟାଣ ବୋର୍ଡର କାର୍ଯ୍ୟର୍ନିବାହୀ ଅଧ୍ୟକ୍ଷ କୁନ ବିହାରୀ ଦାସ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଆର. ଭିନୀଲ କ୍ରିଷ୍ଣା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ମାରାଥନ ପାଇଁ ଦୌଡ଼ ସକାଳ ୭.୩୦ରେ ମୁଖ୍ୟ ଫାଟକ ନିକଟରୁ ଆରମ୍ଭ ହୋଇ ଷ୍ଟାଡିୟମ ପରିକ୍ରମା କରିଥିଲା।
ଏଥିରେ କଳିଙ୍ଗ ଷ୍ଟାଡିୟମର ବିଭିନ୍ନ କ୍ରୀଡ଼ା ଶୃଙ୍ଖଳା ହଷ୍ଟେଲ ଅନ୍ତେବାସୀ, ଏଚ୍‌ପିସି କ୍ରୀଡ଼ାବିତ୍‌, ଓଡିଶା ସ୍କେଟିଂ ଏକାଡେମୀର ପ୍ରଶିକ୍ଷାର୍ଥୀ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ଯୁଗ୍ମ ଶାସନ ସଚିବ ଶୈଳେନ୍ଦ୍ର କୁମାର ଜେନା, ବିଜୟାନନ୍ଦ ନାୟକଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଏହାକୁ କାର୍ଯ୍ୟକ୍ରମ ଅଧିକାରୀ ନିବେଦିତା ଆଚାର୍ଯ୍ୟ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri