ବର୍ଷାରେ ଧୋଇଗଲା ମିନି ଷ୍ଟାଡିୟମ ମାଟି: ସ୍ଥାୟିତ୍ୱକୁ ନେଇ ଆଶଙ୍କା

ଲାଠୋର,୨୨ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଞ୍ଚାୟତ ସଦର ଗ୍ରାମରେ ଏକ ମିନି ଷ୍ଟାଡିୟମ ନିର୍ମାଣ ହୋଇ ନିକଟରେ ଉଦ୍‌ଘାଟିତ ହୋଇଛି l ତେବେ ଏହି ଅଞ୍ଚଳରେ ଗତ ୧୩ ତାରିଖରେ ହୋଇଥିବା କାଳବୈଶାଖୀ ବର୍ଷାରେ ଷ୍ଟାଡିୟମର କେତେକ ଜାଗାରୁ ମାଟି ଧୋଇ ହୋଇଯାଇଛି l ଫଳରେ ଷ୍ଟାଡିୟମର ସ୍ଥାୟିତ୍ୱକୁ ନେଇ ସ୍ଥାନୀୟ ଜୟ ମା’ ବସ୍ତ୍ରେନ କ୍ରିକେଟ କ୍ଲବ ଓ କ୍ରୀଡାପ୍ରେମୀ ପ୍ରଶ୍ନ ଉଠାଇଛନ୍ତି l ପ୍ରକାଶ ଯେ, ଲାଠୋର ଦୁର୍ଗେଶ୍ୱରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ନିକଟରେ ଏକ ଖେଳପଡ଼ିଆ ଥିଲା l ଉକ୍ତ ଖେଳ ପଡ଼ିଆରେ ଗ୍ରାମର ବିଭିନ୍ନ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଆୟୋଜନ ସହ ଫୁଟବଲ ଏବଂ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଥିଲା l ଏପରି କି ଆନ୍ତଃରାଜ୍ୟ ଏବଂ ଡେ-ନାଇଟ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ ମଧ୍ୟ ହେଉଥିଲା l ଖେଳପଡ଼ିଆର ଅବସ୍ଥା ଶୋଚନୀୟ ଯୋଗୁ ନା ନା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିଲା l ତେବେ ଏହି ଖେଳପଡ଼ିଆରେ ଏକ ମିନି ଷ୍ଟାଡିୟମ ନିର୍ମାଣ ପାଇଁ ଦୀର୍ଘବର୍ଷ ଧରି କ୍ରିକେଟ କ୍ଲବ ଦାବି କରି ଆସୁଥିଲା l ଦାବି ଅନୁସାରେ ଏଠାରେ ମିନି ଷ୍ଟାଡିୟମ ନିର୍ମାଣ କରାଯାଇଥିଲା ା ହେଲେ ଏହାର କାମ ସମ୍ପୂର୍ଣ୍ଣ ହୋଇନାହିଁ ା ଦୁଇ ଗୋଟି ଗ୍ୟାଲେରି ନିର୍ମାଣ କରାଯାଇଛି ା ହେଲେ ଗୋଟିଏ ଗ୍ୟାଲେରି ପଛ ପଟେ ବାଲି ଜାଗାରେ ମାଟି ଭରା ଯାଇଥିବା ବେଳେ ଆଉ ଗୋଟିଏ ଗ୍ୟାଲେରିରେ ମାଟି କିମ୍ବା ବାଲି କିଛି ଭରା ଯାଇନାହିଁ ବୋଲି କ୍ରିକେଟ କ୍ଲବ କହିଛି l ଘଟଣାର ତଦନ୍ତ କରି ବାକି ଥିବା କାମ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ କ୍ରିକେଟ କ୍ଲବ ଦାବି କରିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri