ବାଇକ୍‌କୁ ଧକ୍କା ଦେଲା ମିନି ଟ୍ରକ୍‌ : ଗୃହରକ୍ଷୀ ମୃତ, ଶିଶୁ କନ୍ୟା ଓ ବଡ଼ ବାପା ଗୁରୁତର

ରିଆମାଳ,୧୬।୧୨(ଡି.ଏନ୍‌.ଏ)- ଦେବଗଡ଼ ଜିଲା ରିଆମାଳ ଥାନା ଅଧିନ ରେଙ୍ଗାଳବେଡା ହନୁମାନ ମନ୍ଦିର ନିକଟରେ ୫୩ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ମିନିଟ୍ରକ ଏକ ବାଇକ୍‌କୁ ଧକ୍କା ଦେବା ଫଳରେ ଧୀରେନ୍ଦ୍ର ସାହୁ (୩୫) ନାମକ ଜଣେ ଗୃହରକ୍ଷୀଙ୍କର ମୃତ୍ୟୁ ଘଟିଛି। ଗୃହରକ୍ଷୀଙ୍କ ସହିତ ବାଇକ୍‌ରେ ବସିଥିବା ତାଙ୍କର ଶିଶୁ କନ୍ୟା ସ୍ନେହାରାଣୀ (୫) ଓ ବଡ଼ବାପା ନାଥ ସାହୁ (୬୩) ଗୁରୁତର ଆହତ ହୋଇଛନ୍ତି। କୁଣ୍ଢେଇଗୋଳା ଥାନା ଅଧିନ କଣ୍ଟାବାହାଳ (ରତାଖଣ୍ଡି) ଗ୍ରାମରେ ସେମାନଙ୍କ ଘର।
ଧୀରେନ୍ଦ୍ର କୌଣସି କାମରେ ଶିଶୁକନ୍ୟା ଓ ବଡ଼ବାପାଙ୍କ ସହ ଏକ ବାଇକ୍‌ ଯୋଗେ ଦେବଗଡ଼କୁ ଆସିଥିଲେ। ସନ୍ଧ୍ୟାରେ ସେମାନେ ନିଜ ଘରକୁ ଫେରୁଥିଲେ। ୫୩ ନମ୍ବର ଜାତୀୟ ରାଜପଥରେ ଏକ ମିନିଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ରୁ ତିନିଜଣ ଯାକ ଛିଟିକି ପଡିଥିଲେ। ଧୀରେନ୍ଦ୍ରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସେହିପରି ସ୍ନେହାରାଣୀ ଓ ନାଥ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସୂଚନା ପାଇ ରିଆମାଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ମାମଲା ରୁଜୁ କରିଛି। ଦୁର୍ଘଟଣାଗ୍ରସ୍ତ ମିନିଟ୍ରକ ଓ ବାଇକ୍‌କୁ ଜବତ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri